ଓଡିଶା ଖବର

ଆଜି ଓଡିଶା ଆସୁଛନ୍ତି ରକ୍ଷାମନ୍ତ୍ରୀ ରାଜନାଥ ସିଂହ ।

ଆଜି ଓଡିଶା ଆସୁଛନ୍ତି ରକ୍ଷାମନ୍ତ୍ରୀ ରାଜନାଥ ସିଂହ ।

ଭୁବନେଶ୍ୱର,(AKN NEWS):ବିଜେପିର ବଡ଼ ବଡ଼ ନେତା ଙ୍କ । ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ନେତା । ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ରାୟଗଡ଼ା ଓ ଭବାନୀପାଟଣାରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ଦଳୀୟ କର୍ମୀଙ୍କୁ ବିଜୟର ଗୁରୁମନ୍ତ୍ର ଦେବେ ରାଜନାଥ । ପ୍ରତିରକ୍ଷା ମନ୍ତ୍ରୀ ଆସୁଥିବାରୁ ବିଜେପି କର୍ମୀଙ୍କ ମନରେ ମଧ୍ୟ ଉତ୍ସାହ ବଢ଼ିଛି । ରାଜନାଥଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସେହିପରି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ମଧ୍ୟ ଆଜି କୋରାପୁଟ ଆସି ବିଭିନ୍ନ ସ୍ଥାନରେ ସଭା କରିବାର କାର୍ଯ୍ୟକ୍ରମ ରହିଛି ।

ଏହାପରେ ଗୁରୁବାର ଦିନ ନବରଙ୍ଗପୁର ଯାଇ ସେଠାରେ ମଧ୍ୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ୯ ତାରିଖରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ପୁରୀ କୃଷ୍ଣପ୍ରସାଦ ଯାଇ ସଭା କରିବାର କାର୍ଯ୍ୟକ୍ରମ ରହିଛି । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲିକୋଟରେ ପ୍ରଚାର କରିବେ । ଏହାପରେ ୧୦ ତାରିଖରେ ପୁଣି ଥରେ ସଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!