ଓଡିଶା ଖବର

ଉତ୍କେଲା ପଞ୍ଚାୟତର କାଦୋପଡା ଗାଁ ଠାରେ ସ୍ଥାନୀୟ ଅଧିବାସୀ ଏବଂ ଯୁବକ ମାନଙ୍କୁ ନେଇ ଏକ ବୈଠକ

ଭବାନୀପାଟଣା,(AKN NEWS): ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ଉତ୍କେଲା ପଞ୍ଚାୟତର କାଦୋପଡା ଗାଁ ଠାରେ ସ୍ଥାନୀୟ ଅଧିବାସୀ ଏବଂ ଯୁବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଯୁବ ବରିଷ୍ଠ ଉପସଭାପତି ମଣ୍ଟୁ ନାଏକ ଯୋଗଦେଇ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାରେ ପ୍ରତ୍ୟେକ ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ମଞ୍ଜୁର କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଥିଲେ । ବିଜେଡ଼ି ସଂଗଠନ ତୃଣମୂଳ ସ୍ତରରେ ଅଧିକ ମଜଭୂତ ଓ କ୍ରିୟାଶୀଳ କରିବା ପାଇଁ ଆହ୍ବାନ ଦେବାସହ ମାନ୍ୟବର ମୁଖ୍ୟମନ୍ତ୍ରୀ କିଭଳି ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ସେ ନେଇ ସମସ୍ତେ ସକଂଳ୍ପ ନେଇଥିଲେ। ଏହି ବୈଠକରେ ଉତ୍କେଲା ସରପଞ୍ଚ ନରେନ୍ଦ୍ର ମାଝୀ, ସମାଜସେବୀ ବେଦବ୍ୟାସ ମେହେର, ଯୁବନେତା ଦୟାନିଧି ମେହେର, ଆଶୁତୋଷ ବେହେରା, ଛାତ୍ର ନେତା ପ୍ରେମ ତାଣ୍ଡି, ବାବୁଲି ନାଏକ, ଲମ୍ବୋଦର ନିଆଲ ତଥା ଯୁବ -ଛାତ୍ର , ମହିଳା, ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ।

ବ୍ୟୁରୋ ରିପୋର୍ଟ ଏକେଏନ୍ ନ୍ୟୁଜ୍।

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!