ଓଡିଶା ଖବର
ଓ୍ବାଇ ବି ଖୁରାନିଆ ହେଲେ ନୂତନ ପୁଲିସ ଡିଜି

ଭୁବନେଶ୍ବର(AKN NEWS): ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ(ଓ୍ପାଇ ବି ଖୁରାନିଆ) ଓଡ଼ିଶାର ନୂଆ ପୁଲିସ ଡିଜି ଭାବେ ନିଯୁକ୍ତ ହୋଇଛନ୍ତି। ଖୁରାନିଆଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ପରେ ଓ୍ପାଇ ବି ଖୁରାନିଆଙ୍କ ନାଆଁ ଚର୍ଚ୍ଚାକୁ ଆସିଥିଲା।
ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୁଲିସର କମିଶନର ଭାବେ ମଧ୍ୟ ଦକ୍ଷତାର ସହ କାର୍ଯ୍ୟ କରିଥିଲେ। ସେ ପ୍ରାରମ୍ଭିକ ସମୟରେ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଥିଲେ ଏହାଛଡ଼ା ସେ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଏହା ପୂର୍ବରୁ ଶ୍ରୀ ଖୁରାନିଆ ବିଏସଏଫର ସ୍ପେଶାଲ୍ ଡିଜି ମଧ୍ୟ ଥିଲେ।
ସମୀର ରଞ୍ଜନ ନାୟକଙ୍କ ରିପୋର୍ଟ AKN NEWS


