ଓଡିଶା ଖବର

କଲବଲ କରୁଛି ତାତି 

ଭୁବନେଶ୍ୱର (AKN NEWS): ସଖାଳ ଦଶ ଟା ପରା ଠାରୁ ଅଳ୍ପ ଅଳ୍ପ ଗରମ ଲାଗିବା ଆରମ୍ଭ ହେଇ ଯାଇଛି ବାସ ଦିନ ଏ ଗରୁ ରୁ ଖରା ସହିତ ଗୁଳୁଗୁଳୁ ଆରମ୍ଭ ହେଇ ଯାଉଛି ବାହାରୁ କୁ ବାହାରି ହେଉନୀ lଆଜି ବି କଲବଲ କରିବ ତାତି । ସାରା ଓଡ଼ିଶାରେ ଆଜି ବି ଉପରମୁହାଁ ହୋଇ ରହିବ ତାପମାତ୍ରା । ଏପ୍ରିଲ ୧୮ ତାରିଖରୁ ଜାରି ରହିଥିବା ଭୀଷଣ ଗ୍ରୀଷ୍ମ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି ।ସେହିପରି ରାଜ୍ୟର ୩୨ଟି ସହରରେ ୪୦ ଡିଗ୍ରୀ ଉପରେ ଥିଲା ପାରଦ । ଟିଟିଲାଗଡ଼ ୪୩.୫, ଢେଙ୍କାନାଳ ୪୩.୨, ଭବାନୀପାଟଣା ଓ ନୟାଗଡ଼ରେ ୪୩ ଡିଗ୍ରୀ ଥିଲା ତାପମାତ୍ରା । ସେପଟେ ଆଜି ବି ଏଥିରୁ ତ୍ରାହି ମିଳିବାର ନାହିଁ ।ଯଦିଓ କଳାହାଣ୍ଡି, ବଲାଙ୍ଗୀର ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କଳାବୈଶାଖୀ ପ୍ରଭାବରେ ପବନ, ବିଜୁଳି ଘଡଘଡି ସହ ବର୍ଷା ହୋଇଛି, କିନ୍ତୁ ରାଜ୍ୟର ଅଧିକାଂଶ ଅଂଚଳରେ ଗ୍ରୀଷ୍ମ ଲହରି ଜାରି ରହିଛି । ଏହି ସ୍ଥିତି ଆଉ ୪-୫ ଦିନ ଲାଗିରହିବ ବୋଲି ପୂର୍ବନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।ତେବେ ମେ’ ୨ ପରେ ପ୍ରବଳ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ ବୋଲି ଆକଳନ କରାଯାଇଛି । ଏସବୁ ଭିତରେ ଆଜି ପାଇଁ ୯ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଦିଆ ଯାଇଥିବା ବେଳେ ମେ’ ୧ ତାରିଖରେ ୬ ଜିଲ୍ଲାକୁ ରେଡ୍ ଆଲର୍ଟ ଦେଇ ସତର୍କ କରାଯାଇଛି । ତେବେ ୨ ତାରିଖ ପରେ ପାଣିପାଗରେ ସାମାନ୍ୟ ପରିବର୍ତନ ହୋଇପାରେ । ତାପମାତ୍ରାରେ କିଛିଟା ହ୍ରାସ ହେବା ନେଇ ପୂର୍ବାନୁମାନ କରାଯାଇଛି ।

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!