ଓଡିଶା ଖବର

କୋକସରା ବ୍ଲକସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ 

ଭବାନୀପାଟଣା(AKN NEWS): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକସ୍ତରୀୟ ଜିଲ୍ଲାପାଳ କଳାହାଣ୍ଡି ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନିଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ ଅରକ୍ଷୀ ଅଧ୍ୟକ୍ଷୀକ ଅଭିଳାଷ ଜୀ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏଥିରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୦୮ ଜଣଙ୍କର ନାମ ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୬୯ ଗୋଟି ରହିଥିବା ବେଳେ ଦଳଗତ ୩୮ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ଆର୍ଥିକ ସହାୟତା ପାଇଁ ଜଣଙ୍କର ରହିଥିଲା । ଶିବିରରେ ୧୧ ଗୋଟି ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା । ସମସ୍ତଙ୍କର ଆପତ୍ତି ଅଭିଯୋଗର ଶୁଣାଣୀକରି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଆବଶ୍ୟକ ପଦକ୍ଷେପ ଗ୍ରହଣ ସମସ୍ୟାର ସମାଧାନ ତୁରନ୍ତ କରିବା ପାଇଁ ନିର୍ଦେଶ ଦେଇଥିଲେ ।

ଏହି ଯୁଗ୍ମ ଶୁଣାଣୀ ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଦୟାମୟା ପାଢି, ଉପଜିଲ୍ଲାପାଳ ଧର୍ମଗଡ ଧିମାନ ଚକମା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକ ଅଧ୍ୟକ୍ଷ, ବି.ଡି.ଓ., ତହସିଲଦାର, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ AKN NEWS 

 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!