ଓଡିଶା ଖବର
ଖଡିଆଳ ନିର୍ବାଚନ ମଣ୍ଡଳୀ ପାଇଁ ବିଧାୟକ ଅଧୀରାଜ ପାଣିଗ୍ରାହୀଙ୍କୁ ପ୍ରାର୍ଥୀ କଲା ବିଜେଡି

(AKN NEWS): ନୂଆପାଡ଼ ଜିଲ୍ଲା ଖଡିଆଳ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜୁ ଜନତା ଦଳ ପକ୍ଷରୁ ଆଜି ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଖଡ଼ିଆଳ ବିଧାୟକ ଅଧୀରାଜ ପାଣିଗ୍ରାହୀଙ୍କୁ ବିଜେଡି ଖଡ଼ିଆଳ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଭାବେ ଘୋଷଣା କରିଛି। ଘୋଷଣା ପରେ ଅଞ୍ଚଳର ବିଜେଡି କର୍ମୀ ମହଲରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଛି। ଶ୍ରୀ ପାଣିଗ୍ରାହୀ ବର୍ତ୍ତମାନ ବିଧାୟକ ଅଛନ୍ତି। ସେ ଗତ ୨୦୧୯ ନିର୍ବାଚନରେ କଂଗ୍ରେସ ଦଳରୁ ବିଧାୟକ ପ୍ରାର୍ଥୀ ହୋଇ ବିଜୟୀ ହୋଇଥିଲେ। ସେ ଗତ ୧୯ ତାରିଖ ଦିନ ବିଜେଡ଼ିରେ ଯୋଗଦାନ କରିଥିବା ବେଳେ ଆଜି ତାଙ୍କୁ ପ୍ରାର୍ଥୀ କରିଛି ବିଜେଡ଼ି।
ନୂଆପଡା ଜିଲ୍ଲା ରୁ ଓମ ପ୍ରକାଶ ଚୌଧୁରୀ ଙ୍କ ରିପୋର୍ଟ akn news


