ଖୋର୍ଦ୍ଧା ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଖୋର୍ଦ୍ଧା, (AKN NEWS): ଖୋର୍ଦ୍ଧା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ33 ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ 25ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି 05ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ 2ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଏକ ଜଣଙ୍କୁ ରେଡକ୍ରସ ଆର୍ଥିକ ସହାୟତା ରାଶି 5000ଟଙ୍କା ପ୍ରଦାନରାଯାଇଛି ।
ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ / ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କାଟାରିଆ /ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା /ଉପ-ଜିଲ୍ଲାପାଳ, ଖୋର୍ଦ୍ଧା ଦୀପ୍ତି ରଞ୍ଜନ ସେଠୀ /ସି ଡ଼ି ଏମ୍ ଓ , ଡଃ ଆର୍ତ୍ତଵନ୍ଧୁ ନାୟକ/ବିଡିଓ , ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
ଭୁବନେଶ୍ୱର ରୁ ଖୋର୍ଦ୍ଧା ଜିଲ୍ଲା ବ୍ୟୁରୋ ଚିଫ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS


