ଓଡିଶା ଖବର

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ।

ପୁରୀ ୩/୩ (AKN NEWS): ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ୯୪ ଗୋଟି ଅଭିଯୋଗ ମିଳିଥିଲା।ଏଥିରେ ବ୍ୟକ୍ତିଗତ ଅଭିଯୋଗ ୭୦ ଗୋଟି, ଗ୍ରାମ ଅଭିଯୋଗ ୨୦ ଗୋଟି, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ସହାୟତା ସମ୍ପର୍କରେ ରହିଥିଲା।ତନ୍ମଧ୍ୟରୁ ୨୮ ଗୋଟିର ତୁରନ୍ତ ସମାଧାନ କରାଯାଇଥିଲା।ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା ବୋଲି ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା ଦିଆଯାଇଛି।ଅନ୍ୟ ମାନଙ୍କ ମଧ୍ୟରେ ଏସ ପି ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଡା ଶରତ ଚନ୍ଦ୍ର ମହାପାତ୍ର,ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା,ଅତିରିକ୍ତ ଏସ ପି ଦେବବ୍ରତ ଚକ୍ର, ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ଅଭିଯୋଗ ଶୁଣାଣି ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।

ପୁରୀ ରୁ ରଞ୍ଜନ ଦାସଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!