ଓଡିଶା ଖବର

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ।

ପୁରୀ ୫/୮(AKN NEWS): ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା।ଏଥିରେ ମୋଟ ୯୮ ଗୋଟି ଅଭିଯୋଗ ମିଳିଥିଲା।ସେଥି ମଧ୍ୟରୁ ୭୮ ଗୋଟି ବ୍ୟକ୍ତିଗତ,୩ ଗୋଟି ଗ୍ରାମ ସମସ୍ୟା ସମ୍ପର୍କିତ, ୧୭ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସହାୟତା ସମ୍ପର୍କିତ ଅଭିଯୋଗ ରହିଥିଲା।ତତକ୍ଷଣାତ ୩ ଗୋଟି ଅଭିଯୋଗ ର ସମାଧାନ ହୋଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଏସ ପି ବିଷ୍ଣୁ ପ୍ରସାଦ ପତି, ପୁରୀ ତହସିଲଦାର ଅଭିଷେକ ଦାଶ, ଏଡିଏମ ଓ ଡା ବିରଜା ଶଙ୍କର ରଥ,ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ପ୍ରିୟଦର୍ଶିନୀ ମଲ୍ଲିକ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।

ପୁରୀ ରୁ ରଞ୍ଜନ ଦାସଙ୍କ ରିପୋର୍ଟ AKN NEWS 

 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!