ଓଡିଶା ଖବର

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ।

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ।
ପୁରୀ ୨୧/୬ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏଥିରେ ଅଧ୍ୟକ୍ଷତା କରିବା ସହ ଆଗାମୀ ଦିନରେ ପ୍ରାକୃତିକ ବିପର୍ଯ୍ୟୟ ବିଶେଷ କରି ବନ୍ୟା ଓ ବାତ୍ୟା ପାଇଁ ସମସ୍ତ ବିଭାଗ ପ୍ରସ୍ତୁତ ରହିବା ସହ ପ୍ରସ୍ତୁତ କରାଯାଇଥିବା ପ୍ଲାନ ଅନୁସାରେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ।ପୁରୀ ଜଳସେଚନ ବିଭାଗ ନୋଡାଲ ଅଧିକାରୀ ଭାବେ ସମସ୍ତ ଜଳସେଚନ ଡିଭିଜନ, ଡ୍ରେନେଜ ଡିଭିଜନ ର ସମସ୍ତ କାର୍ଯ୍ୟ କୁ ଅନୁଧ୍ୟାନ କରିବା, ସମୀକ୍ଷା କରିବା,ଲୋକ ପ୍ରତିନିଧି ମାନଙ୍କ ସହ ଆଲୋଚନା କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଓ ତାହାର ରିପୋର୍ଟ ଜିଲ୍ଲାପାଳ ଙ୍କୁ ପ୍ରଦାନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।
ବୈଠକରେ ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର, କାକଟପୁର ବିଧାୟକ ତୁଷାର କାନ୍ତି ବେହେରା, ପୁରୀ ବିଧାୟକ ସୁନିଲ କୁମାର ମହାନ୍ତି, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ,ବ୍ରହ୍ମଗିରି ବିଧାୟକ ଉପାସନା ମହାପାତ୍ର,ଜିଲ୍ଲା ପରିଷଦ ଅଧ୍ୟକ୍ଷା ସ୍ୱାପ୍ନାରାଣୀ ସ୍ୱାଇଁ,ପୁରୀ ଡିଏଫଓ ବିବେକ କୁମାର,ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସ୍ୱାଧୀନ ନାୟକ ପ୍ରମୁଖ ଯୋଗ ଦେଇ ବିଭିନ୍ନ ନଦୀ ବନ୍ଧ ସୁଦୃଢ କରିବା ସହ ବିପର୍ଯ୍ୟୟ ମୁକାବିଲା ପାଇଁ ବିବିଧ ମତାମତ ପ୍ରଦାନ କରିଥିଲେ।ବିପର୍ଯ୍ୟୟ ପୂର୍ବରୁ ଜନସାଧାରଣ ଙ୍କୁ ସତର୍କ ଓ ସଚେତନ କରିବା ସହ ସ୍ୱାସ୍ଥ୍ୟ, ପାନୀୟ ଜଳ, ପଶୁ ସମ୍ପଦ, କୃଷି ଇତ୍ୟାଦି ବିଭାଗ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଥିଲା।ଜିଲ୍ଲାରେ ଚଳିତ ବର୍ଷ ଜୁନ ୧ ତାରିଖ ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଅହୋରାତ୍ର ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ହେବ ଓ ବିଡ଼ିଓ, ତହସିଲଦାର ମାନେ ଦୈନିକ ପରିସ୍ଥିତି ବା ସିଚୁଏସନ ରିପୋର୍ଟ ପ୍ରଦାନ କରିବେ।ଜିଲ୍ଲାରେ ୨୬ ଟି ଏସ ଆର ସି ବୋଟ ରହିଛି।ଓସଡାମା ପକ୍ଷରୁ ୧୭୦ ଟି ବାତ୍ୟା ଆଶ୍ରୟ ସ୍ଥଳ ଓ ରେଡକ୍ରସ ପକ୍ଷରୁ ୯ ଟି ବାତ୍ୟା ଆଶ୍ରୟ ସ୍ଥଳ ରହିଛି।ସେହିପରି ୩୭୨ ଟି ବିକଳ୍ପ ଆଶ୍ରୟ ସ୍ଥଳ ମଧ୍ୟ ରହିଛି। ଇତି ମଧ୍ୟରେ ୨୬ ଜଣ ବୋଟ ଚାଳକ ଓ ଖଲାସୀ ଙ୍କୁ ନିଯୁକ୍ତ କରାଯାଇଛି ଯେଉଁ ମାନେ କି ବନ୍ୟା ସମୟରେ ସହଯୋଗ କରିବେ।ସରକାର ଓ ଏସଆରସି ଧାର୍ଯ୍ୟ କରିଥିବା ମାର୍ଗଦର୍ଶିକା କୁ ସଠିକ ଭାବେ ଅନୁପାଳନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ଗୁଡିକ ର ମରାମତି ଓ ବାସପୋଯୋଗୀ କରିବା, ବନ୍ୟା ଓ ବାତ୍ୟାର ମୁକାବିଲା ପାଇଁ ବିଭିନ୍ନ ସାମଗ୍ରୀ ମହଯୁଦ ରଖିବା, ନିୟନ୍ତ୍ରଣ କକ୍ଷ ପରିଚାଳନା କରିବା, ଜନପ୍ରତିନିଧି ଓ ପଞ୍ଚାୟତ ପ୍ରତିନିଧି ,ସ୍ୱଛାସେବୀ ମାନଙ୍କ ସହ ଯୋଗାଯୋଗ ମାଧ୍ୟମରେ ଜରୁରୀ ସୂଚନା ପ୍ରଦାନ କରିବା, ଖାଦ୍ୟ, ଔଷଧ, ଗୋ ଖାଦ୍ୟ ଇତ୍ୟାଦି ମହଯୁଦ ରଖିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ପ୍ରାରମ୍ଭରେ ସମସ୍ତଙ୍କୁ ସ୍ୱାଗତ କରିଥିଲେ। ଏହି ବୈଠକରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ଅତିରିକ୍ତ ଏସ ପି ଦେବବ୍ରତ ଚକ୍ର, ପୌର ନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା,ପଞ୍ଚାୟତ ସମିତି ଅଧ୍ୟକ୍ଷ,ସହକାରୀ ଜିଲ୍ଲାପାଳ ପଞ୍ଚାନନ ପରିଜା, ଡିପିଓ ସୁକାନ୍ତ କୁମାର ଦାଶ, ପଞ୍ଚାୟତ ଲୋକ ପ୍ରତିନିଧି, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଡ଼ିଓ, ତହସିଲଦାର ଓ ଲାଇନ ଡିପାର୍ଟମେଣ୍ଟ ର ଅଧିକାରୀ ମାନେ ଉପସ୍ଥିତ ଥିଲେ।ଜିଲ୍ଲା ଜରୁରୀ ବିଭାଗ ଡେପୁଟି କଲେକ୍ଟର ପ୍ରଫୁଲ୍ଲ ଚନ୍ଦ୍ର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ପୁରୀ ରୁ ରଞ୍ଜନ ଦାସ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!