ଓଡିଶା ଖବର

ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ ଅନୁଷ୍ଠିତ।

ପୁରୀ (AKN NEWS):ଚଳିତ ବର୍ଷ ର ଦେବସ୍ନାନ ପୂର୍ଣ୍ଣିମା ଜୁନ ୧୧ ତାରିଖରେ ଅନୁଷ୍ଠିତ ହେବ।ତାହାର ପରଦିନ ଠାରୁ ବ୍ରହ୍ମଗିରି ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହୋଇଯିବ।ସ୍ନାନଯାତ୍ରା ଓ ଅଲାରନାଥ ଙ୍କ ଦର୍ଶନକୁ ଶାନ୍ତି ଶୃଙ୍ଖଳା ର ସହ ସମାପନ ପାଇଁ ଏକ ପ୍ରସ୍ତୁତି ବୈଠକ ସଦଭାବନା ସଭାଗୃହଠାରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପୂର୍ବରୁ ଏକାଧିକ ବୈଠକ ମାଧ୍ୟମରେ ସ୍ନାନ ଯାତ୍ରା,ଅଲାରନାଥ ଦର୍ଶନ ଓ ରଥଯାତ୍ରା କୁ ସୁଚାରୁ ରୁପେ ପରିଚାଳନା ପାଇଁ ବିଭିନ୍ନ ବିଭାଗ କୁ ନିର୍ଦ୍ଦେଶ ଦିଆଯାଇଥିଲା।ତାହାର ନିର୍ଯ୍ୟାସ ଆଧାର ରେ ସମସ୍ତ ବିଭାଗ ସେମାନଙ୍କ କାର୍ଯ୍ୟ କୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଥିଲେ।ଯେଭଳି ଶ୍ରଦ୍ଧାଳୁ ଓ ଦର୍ଶନାର୍ଥୀ ମାନେ ଭଲ ଭାବେ ମହାପ୍ରଭୁଙ୍କ ଦର୍ଶନ କରନ୍ତି ଓ ଅନ୍ୟାନ୍ୟ ମୌଳିକ ସୁବିଧା ପ୍ରାପ୍ତ ହୁଅନ୍ତି ସେଥିପାଇଁ ଉତ୍ତରଦାୟୀ ଭାବେ କାର୍ଯ୍ୟ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ,ପାର୍କିଂ ସ୍ଥଳ,ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ୱେଛାସେବୀ ନିୟୋଜନ, ଅଗ୍ନି ନିର୍ବାପକ ଓ ଜଳ ସିଞ୍ଚନ ବ୍ୟବସ୍ଥା ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏସ ପି ବିନୀତ ଅଗ୍ରୱାଲ ଯୋଗ ଦେଇ ଶ୍ରଦ୍ଧାଳୁ ମାନଙ୍କ ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ ବ୍ୟବସ୍ଥା, ଶାନ୍ତି ଶୃଙ୍ଖଳା ରକ୍ଷା ଇତ୍ୟାଦି ସମ୍ପର୍କରେ ଆଲୋଚନା କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ହେମନ୍ତ କୁମାର ପାଢ଼ୀ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡ.ଶରତ ଚନ୍ଦ୍ର ମହାପାତ୍ର,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ,ଉପଜିଲ୍ଲାପାଳ ରାଜ କିଶୋର ଜେନା, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଅଲାରନାଥ ମନ୍ଦିର ସେବାୟତ ବୃନ୍ଦ, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।ଧାର୍ଯ୍ୟ ସମୟ ଅନୁସାରେ ନୀତିକାନ୍ତି ସମ୍ପର୍ଣ୍ଣ ପାଇଁ ସେବାୟତ ମାନଙ୍କୁ ଅନୁରୋଧ କରାଯାଇଥିଲା।

ପୁରୀ ରୁ ରଞ୍ଜନ ଦାସଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!