ଓଡିଶା ଖବର

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତିବୈଠକ ଅନୁଷ୍ଠିତ।

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତିବୈଠକ ଅନୁଷ୍ଠିତ।
ପୁରୀ,(AKN NEWS) ୧୪/୬: ଶ୍ରୀଜୀଉ ମାନଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଜୁନ ,୨ ତାରିଖରେ ଅନୁଷ୍ଠିତ ହେବ।ସ୍ନାନଯାତ୍ରା କୁ ଶାନ୍ତି ଶୃଙ୍ଖଳା ର ସହ ସମାପନ ପାଇଁ ଏକ ପ୍ରସ୍ତୁତି ବୈଠକ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ପୂର୍ବରୁ ଏକାଧିକ ବୈଠକ ମାଧ୍ୟମରେ ଚଳିତ ସ୍ନାନ ଯାତ୍ରା ଓ ରଥଯାତ୍ରା କୁ ସୁଚାରୁ ରୁପେ ପରିଚାଳନା ପାଇଁ ବିଭିନ୍ନ ବିଭାଗ କୁ ନିର୍ଦ୍ଦେଶ ଦିଆଯାଇଥିଲା।ତାହାର ନିର୍ଯ୍ୟାସ ଆଧାର ରେ ସମସ୍ତ ବିଭାଗ ସେମାନଙ୍କ କାର୍ଯ୍ୟ କୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଥିଲେ।ଚଳିତ ସ୍ନାନ ଯାତ୍ରା ଓ ରଥଯାତ୍ରା ରେ ପୂର୍ବ ବର୍ଷ ତୁଳନାରେ ଅଧିକ ଜନ ସମାଗମ ର ଆଶା ରହିଥିବା ରୁ ସମସ୍ତ ବିଭାଗ ଅଧିକ କ୍ରିୟାଶୀଳ ହୋଇ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଥିଲେ।
ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ,ଅସ୍ଥାୟୀ ପାର୍କିଂ ସ୍ଥଳ,ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ୱେଛାସେବୀ ନିୟୋଜନ, ଅଗ୍ନି ନିର୍ବାପକ ଓ ଜଳ ସିଞ୍ଚନ ବ୍ୟବସ୍ଥା ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।ଏସ ପି ପିନାକ ମିଶ୍ର ସମସ୍ତ ବିଭାଗ ପରସ୍ପର ସମନ୍ୱୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟ ରଞ୍ଜନ ପୃଷ୍ଟି, ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ଅତିରିକ୍ତ ଏସ ପି ବିଷ୍ଣୁ ଚରଣ ପତି,ଅତିରିକ୍ତ ଏସ ପି ସୁଶୀଲ କୁମାର ମିଶ୍ର, ପୌର ନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଇଂ ରଶ୍ମି ରଞ୍ଜନ ସାହୁ, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ,ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ପୁରୀ ରୁ ରଞ୍ଜନ ଦାସ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!