ଓଡିଶା ଖବର

ନିଜ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ ଅବସରରେ ରେଡ଼କ୍ରସ ପାଣ୍ଠିକୁ ଦାନ ।

ନବରଙ୍ଗପୁର(AKN NEWS): ଗରିବ, ଅସହାୟ, ଦିବ୍ୟଅଙ୍ଗ ଅର୍ଥ ଅଭାବରୁ ରୋଗଶଯ୍ୟାରେ ପୀଡିତ,ଦୁର୍ଘଟଣା ଗ୍ରସ୍ତ ଲୋକମାନଙ୍କର ଜରୁରୀ କାଳୀନ ସେବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ରେଡ଼କ୍ରସ ପାଣ୍ଠି ରୁ ଆବଶ୍ୟକ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥାଏ । କହିବାକୁ ଗଲେ ଜରୁରୀକାଳୀନ ପରିସ୍ଥିତି ରେ ସମାଜ ସେବା ରେ ସିଧାସଳଖ ରେଡ଼କ୍ରସ ପାଣ୍ଠି ଲୋକଙ୍କ କାମରେ ଲାଗିଥାଏ। ଆଜି ନିଜ ସରକାରୀ ଚାକିରି ରୁ ଅବସର ଗ୍ରହଣ କରିବା ପରିପ୍ରେକ୍ଷୀରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ ଶିବାନୀ ଗୁହା ଜିଲ୍ଲା ରେଡକ୍ରସ ପାଣ୍ଠିକୁ ମୁକ୍ତ ହସ୍ତରେ ଦଶ ହଜାର ଟଙ୍କା ରେ ଚେକ୍ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ଯାଳୟରେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଙ୍କୁ ପ୍ରଦାନ କରିଥିଲେ। ଚେକ ପ୍ରଦାନ ସମୟରେ ଶ୍ରୀମତୀ ଗୁହା ଙ୍କ ସ୍ୱାମୀ ତଥା ଜିଲ୍ଲା ପ୍ରାଣୀଧନ ଚିକିତ୍ସା ଅଧିକାରୀ ରାଧେଶ୍ୟାମ ଲାଏକ୍ ଏବଂ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଜୀ ଭେଙ୍କାଟା ରେଡି ଉପସ୍ଥିତ ଥିଲେ। ସମାଜ ର ସେବା ରେ ଲାଗିବା ପାଇଁ ଜିଲ୍ଲା ରେଡ଼କ୍ରସ ପାଣ୍ଠିକୁ ମୁକ୍ତ ହସ୍ତରେ ଦଶ ହଜାର ଟଙ୍କା ଦାନ କରିଥିବାରୁ ଶ୍ରୀମତୀ ଗୁହା ଙ୍କୁ ଜିଲ୍ଲାପାଳ ଡଃ ମିଶ୍ର ଶୁଭେଚ୍ଛା ସହ ଧନ୍ୟବାଦ୍ ଜଣାଇଥିଲେ। ଏହି ଅବସରେ ଜରୁରୀକାଳୀନ ପରିସ୍ଥିତି ରେ ସମାଜର ଲୋକଙ୍କ ହିତରେ ରେଡ଼କ୍ରସ ପାଣ୍ଠି ଖର୍ଚ୍ଚ ହେଉଥିବା ରୁ ଜିଲ୍ଲା ରେଡ଼କ୍ରସ ପାଣ୍ଠିକୁ ବଦାନ୍ୟ ବ୍ୟକ୍ତି ବିଶେଷ ମୁକ୍ତ ହସ୍ତରେ ଦାନ କରିବା ପାଇଁ ଜିଲ୍ଲାପାଳ ଡଃ ମିଶ୍ର ଆହ୍ଵାନ ଦେଇଥିଲେ ।

ନବରଙ୍ଗପୁର ରୁ ଘାସିରାମ ହରିଜନ ଙ୍କ ରିପୋର୍ଟ ଏକେଏନ୍ ନ୍ୟୁଜ୍

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!