ଓଡିଶା ଖବର

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋର ଣଘଟଣା ମାମଲା: ADJ କୋର୍ଟରେ ଆଜି ହାଜର ହେଲେ ପୁଞ୍ଜିଲାଲ

ବଲାଙ୍ଗୀର ୬ା୩ (AKN NEWS): ବଲାଙ୍ଗୀର ଜିଲାର ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆଉ କିଛି ଦିନ ପରେ ରାୟ ପ୍ରକାଶ ପାଇବ। ଗୁରୁବାର ଆଉ କିଛି ସମୟ ପରେ ବୟାନ ରେକର୍ଡ ପାଇଁ ପାଟଣାଗଡ଼ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହୋଇଛନ୍ତି ଅଭିଯୁକ୍ତ ପୁଞ୍ଜିଲାଲ ମେହେର। ଏହି ଘଟଣାରେ ୬୩ ଜଣଙ୍କ ବୟାନ ରେକର୍ଡ ହୋଇ ସାରିଥିବା ବେଲେ ଆଜିପୁଣି ଅଭିଯୁକ୍ତ ପୁଞ୍ଜିଲାଲଙ୍କ କୋର୍ଟରେ ବୟାନ ରେକର୍ଡ କରାଯିବ। ବୟାନ ରେକର୍ଡ ପରେ ବିଚାପତି ଏହି ଘଟଣାର ରାୟ ପ୍ରକାଶ କରିବେ। ପୁଞ୍ଜିଲାଲଙ୍କୁ ବଲାଙ୍ଗୀର କାରାଗାରରୁ ପାଟଣାଗଡ଼ କୋର୍ଟକୁ ଅଣାଯାଇଛି। ବିଚାରପତିଙ୍କ ଆଗରେ ହାଜର ହେବେ।

 

ସୂଚନାଯୋଗ୍ୟ, ୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା। ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ଏବେ ରହିଆସୁଛନ୍ତି।

ଦୁର୍ଯୋଧନ ବର୍ଗେ ଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!