ପୀଡ଼ିତା ଶୀଘ୍ର ସୁସ୍ଥ ହୋଇ ଫେରନ୍ତୁ ଏହା ହିଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା

ଭୁବନେଶ୍ବର(AKN NEWS):ବଳଙ୍ଗା ପୀଡ଼ିତାଙ୍କୁ ଭୁବନେଶ୍ବର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଥିବା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲେଖିଛନ୍ତି, ‘ସର୍ବୋତ୍ତମ ଚିକିତ୍ସା ପାଇଁ ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ଏହି ଘଟଣାରେ ତ୍ବରିତ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି ।
ପୀଡ଼ିତା ଶୀଘ୍ର ସୁସ୍ଥ ହୋଇ ଫେରନ୍ତୁ ଏହା ହିଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।ବଳଙ୍ଗା ପୀଡ଼ିତା । ଭୁବନେଶ୍ବର ଏମ୍ସରୁ ଗ୍ରୀନ୍ କରିଡର ଭିତରେ ତାଙ୍କୁ ଭୁବନେଶ୍ବର ବିମାନବନ୍ଦରକୁ ଅଣାଯାଉଛି । ଏହି ସମୟରେ ସହରର ଟ୍ରାଫିକ୍ ତଦାରଖ କରିଛନ୍ତି ଖୋଦ୍ ଟ୍ରାଫିକ୍ ଡିସିପି । ପୀଡ଼ିତାଙ୍କୁ ମାତ୍ର ୧୦ ମିନିଟରେ ବିମାନବନ୍ଦରରେ ପହଞ୍ଚାଯାଇଛି । ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରୀ ଟିମରୁ ୩ ରୁ ୪ ଜଣ ଡାକ୍ତର ପୀଡ଼ିତାଙ୍କ ସହ ଦିଲ୍ଲୀ ଯାଉଥିବା ସୂଚନା ରହିଛି । ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଥିଲେ ହେଁ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସ ନିଆଯାଉଥିବା କୁହାଯାଇଛି । ତେବେ ଗ୍ରୀନ୍ କରିଡରରେ ପୀଡ଼ିତାଙ୍କୁ ଏମ୍ସରୁ ବିମାନ ବନ୍ଦର ନିଆଯାଇଛି । ଏହି ସମୟରେ ରାଜଧାନୀ ରାସ୍ତା ସମ୍ପୂର୍ଣ୍ଣ ଭାବେ ଖାଲି ଥିଲା । ଆମ୍ବୁଲାନ୍ସ ସହ ଗ୍ରୀନ୍ କରିଡରରେ ୧୫ ଟି ଗାଡ଼ି ଯାଇଥିବା ସୂଚନା ରହିଛି ।
ସମୀର ରଞ୍ଜନ ନାୟକଙ୍କ ରିପୋର୍ଟ AKN NEWS


