ଅନନ୍ୟ

ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓଡ଼ିଶାକୁ କଲେ ଭୁରି ଭୁରି ପ୍ରଶଂସା

ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓଡ଼ିଶାକୁ କଲେ ଭୁରି ଭୁରି ପ୍ରଶଂସା

ଭୁବନେଶ୍ୱର : (ସମୀର ରଞ୍ଜନ ନାୟକ )ପ୍ରଧ‌ାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ଗୁରୁବାର ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଏହି ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି।କେବଳ ୪୫ରୁ ୬୫ ବର୍ଷ ବୟସର ପ୍ରବାସୀ ଭାରତୀୟ ଏହି ଟ୍ରେନରେ ଯାତ୍ରା କରିପାରିବେ। ଦେଶର ବିଭିନ୍ନ ପର୍ଯ୍ୟଟନ ଓ ଧାର୍ମିକ ସ୍ଥଳୀକୁ ଯାଇ ଦର୍ଶନ କରିପାରିବେ। ଏହି ଯାତ୍ରାର ସମୟ ଅବଧି ହେଉଛି ୩ ସପ୍ତାହ। ଏହି ଏକ୍ସପ୍ରେସରେ ଯାଇ ପ୍ରବାସୀ ଭାରତୀୟମାନେ ଅଯୋଧ୍ୟା, ପାଟଣା, ଗୟା, ବାରାଣସୀ, ମହାବଳୀପୁରମ, ରାମେଶ୍ୱରମ, ମଦୁରାଇ, କୋଚି, ଗୋଆ, ଏକତା ନଗର(କେଭାଡିଆ), ଆଜମେର, ପୁଷ୍କର ଏବଂ ଆଗ୍ରା ଆଦି ଦର୍ଶନୀୟ ସ୍ଥାନ ଦେଖିପାରିବେ। ଏହି ଟ୍ରେନର ସର୍ବାଧିକ ଯାତ୍ରୀ କ୍ଷମତା ହେଉଛି ୧୫୬। ବୈଦେଶିକ ମନ୍ତ୍ରଣାଳୟର ପ୍ରବାସୀ ତୀର୍ଥ ଦର୍ଶନ ଯୋଜନା ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି।ଉଲ୍ଲେଖ ଯୋଗ୍ୟ, ଭୁବନେଶ୍ବର ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଗତକାଲି(ବୁଧବାର)ଠାରୁ ଆରମ୍ଭ ହୋଇଛି। ଏହାକୁ ଆନୁଷ୍ଠାନିକ ଭାବେ ଆଜି ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜନତା ମଇଦାନରେ ଧାର୍ଯ୍ୟ ସମୟ ପୂର୍ବାହ୍ନ ୧୦ଟାରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ। ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ବୈଦେଶୀକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ। ବହୁ ସଂଖ୍ୟାରେ ପ୍ରବାସୀ ଭାରତୀୟମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ସମସ୍ତ ପ୍ରବାସୀ ଅତିଥୀଙ୍କୁ ଦେଶର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ବୁଲାଇବା ପାଇଁ ପ୍ରଧାନମନ୍ତ୍ରୀ ଏହି ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି।

 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!