ଓଡିଶା ଖବର

ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ବିଭାଗ ଅଧିନସ୍ଥ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା

ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ବିଭାଗ ଅଧିନସ୍ଥ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା

ଭୁବନେଶ୍ୱର,(AKN NEWS) :ଓଡ଼ିଶା ଗ୍ରାମ୍ଯ ଉନ୍ନୟନ ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ଏବଂ ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ବିଭାଗ ଅଧିନସ୍ଥ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ବିଭାଗର କାର୍ଯ୍ୟଧାରା ସମ୍ବନ୍ଧରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ।
ବିକାଶିତଓଡ଼ିଶା ଲକ୍ଷ୍ୟ ହାସଲ ନିମନ୍ତେ ଗ୍ରାମ୍ଯ ଉନ୍ନୟନ ବିଭାଗର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ଏଥିପାଇଁ ବିଭାଗ ଅଧିନସ୍ଥ ପ୍ରକଳ୍ପଗୁଡିକର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହିତ ନୂତନ ପ୍ରକଳ୍ପ ନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବାକୁ ମନ୍ତ୍ରୀ ଶ୍ରୀ ନାୟକ ନିର୍ଦ୍ଦେଶ ଦେଇଥିଲେ।

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!