ଓଡିଶା ଖବର

ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ଉତ୍କେଲା ପଞ୍ଚାୟତର ସ୍ଥାନୀୟ ଅଧିବାସୀ ଏବଂ ଯୁବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

(AKN NEWS): ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ଉତ୍କେଲା ପଞ୍ଚାୟତର ସ୍ଥାନୀୟ ଅଧିବାସୀ ଏବଂ ଯୁବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଯୁବ ବରିଷ୍ଠ ଉପ ସଭାପତି ଶ୍ରୀ ମଣ୍ଟୁ ନାଏକ ଯୋଗଦେଇ ତୃଣମୂଳ ସ୍ତରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସମସ୍ତ ଲୋକାଭିମୁଖୀ ଯୋଜନା ଯଥା ଆମ ଓଡ଼ିଶା ନବୀନ ଓଡ଼ିଶା, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଓ ଅନ୍ୟାନ୍ୟ କିଭଳି ପହଞ୍ଚି ପାରିବ ସେ ନେଇ ଆଲୋଚନା କରିଥିଲେ। ବିଜେଡି ସଂଗଠନକୁ ଓ୍ବାର୍ଡ ସ୍ତରରୁ ମଜଭୂତ କରିବା ସହିତ ଷଷ୍ଠ ଥର ପାଇଁ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ସମସ୍ତେ ସଂକଳ୍ପ ନେଇଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ନବୀନ କାର୍ଡ କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନଙ୍କୁ ସମସ୍ତେ ଧନ୍ୟବାଦ ଜଣାଇଥିଲେ ।ଏହି ଅବସରରେ ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ସୁଜିତ କୁମାର ମହୋଦୟଙ୍କ ସହ ଭିଡ଼ିଓ କଲ ଜରିଆରେ ସ୍ଥାନୀୟ ଲୋକେ ପଞ୍ଚାୟତ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଉତ୍କେଲା ପୂର୍ବତନ ନାଏବ ସରପଞ୍ଚ କମଳାକାନ୍ତ ମୁନି, ମହିଳା ନେତ୍ରୀ ପୁର୍ଣ୍ଣିମା ପଟେଲ, କବିତା ପୋଡ଼, ପୁଷ୍ପାଞ୍ଜଳି ମେହେର, ସଞ୍ଜୁ ପଟେଲ, ଦୀପା ଗହୀର, ସମାଜସେବୀ ହେମସାଗର ମେହେର, ଆଶିଶ ପ୍ରଧାନ, ଯୁବ ନେତା ବିଷ୍ଣୁ ବାଗ, ସମ୍ବୋଧର ସୁନାନୀ, ଆଶୁତୋଷ ବେହେରା, ବସନ୍ତ ମହାପାତ୍ର, ଅଶ୍ବିନ ତାଣ୍ଡି, ବରିଷ୍ଠ କର୍ମକର୍ତ୍ତା, ଯୁବ -ଛାତ୍ର ମହିଳା ଏବଂ ସ୍ଥାନୀୟ ଅଧିବାସୀ ଉପସ୍ଥିତ ଥିଲେ।

ବ୍ୟୁରୋ ରିପୋର୍ଟ AKN NEWS 

 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!