ଓଡିଶା ଖବର

ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ବର:(AKN NEWS); ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେଶନରେ ଆସିଛନ୍ତି ମନୋଜ।୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ମନୋଜ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍‌ ଅଧିକାରୀ। ମନୋଜ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା। ସେ ବିଭିନ୍ନ ସମ୍ବେଦନଶୀଳ ଜିଲାରେ ଜିଲାପାଳ, କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟରେ ହର ଘର୍ ଜଲ୍‌ରେ କାମ କରି ଖୁବ୍ ପ୍ରଶଂସିତ ହୋଇଛନ୍ତି ।ରାଜ୍ୟରେ ସରକାର ବଦଳିବା ପରେ ପ୍ରଶାସନିକ ସ୍ତରରେ ନବକଳେବ ପାଇଁ ଉଦ୍ୟମ ଜାରି ରହିଛି। ପ୍ରାୟ ୭ ମାସ ଭିତରେ ଏକାଧିକ ଥର ଆଇଏଏସ୍‌, ଆଇପିଏସ୍‌, ଓଏଏସ୍‌, ଓପିଏସ୍‌ ଅଧିକାରୀଙ୍କ ସମେତ ଅନ୍ୟ ସରକାରୀ କର୍ମଚାରୀଙ୍କ ବଦଳି ପ୍ରକ୍ରିୟା ଜାରି ରହିଛି।

ସମୀର ରଞ୍ଜନ ନାୟକ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!