ଓଡିଶା ଖବର

ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ।

ପୁରୀ (AKN NEWS): ଚଳିତ ବର୍ଷ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସମସ୍ତଙ୍କୁ ସ୍ୱାଗତ କରିବା ସହ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ସମସ୍ତଙ୍କ ସହଯୋଗ ରେ ମହାପ୍ରଭୁଙ୍କ ରଥଯାତ୍ରା କୁ ସୁନ୍ଦର ଓ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ଆହ୍ଵାନ ଦେଇଥିଲେ। ବିଭିନ୍ନ ବିଭାଗ କୁ ଯେଉଁ ଦାୟିତ୍ୱ ଦିଆଯାଉଛି ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।ଚଳିତ ବର୍ଷ କେବଳ ରଥଯାତ୍ରା ନୁହେଁ ସ୍ନାନ ପୂର୍ଣ୍ଣିମା ରେ ମଧ୍ୟ ଭିଡର ଆଶା କରାଯାଉ ଥିବାରୁ ସମସ୍ତ ବିଭାଗ ସେଥିପାଇଁ ଉପଯୁକ୍ତ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଥିଲେ।ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡା ସଂଗ୍ରହ, ନୀତି ସଂପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ,ପାର୍କିଂ ସ୍ଥଳ ବ୍ୟବସ୍ଥା,ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ,ସୂଚନା କେନ୍ଦ୍ର ଓ ହଜିବା ଖୋଜିବା କେନ୍ଦ୍ର ବ୍ୟବସ୍ଥା, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧ ରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏସ ପି ବିନୀତ ଅଗ୍ରୱାଲ ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷା,ଟ୍ରାଫିକ ନିୟନ୍ତ୍ରଣର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହ ସମସ୍ତ କାର୍ଯ୍ୟ ର ସଫଳତା ପାଇଁ ସମ୍ମିଳିତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ।ଅସୁରକ୍ଷିତ ବିଲ୍ଡିଂ ର ଚିହ୍ନଟ ଓ କାର୍ଯ୍ୟାନୁଷ୍ଠାନ, ଅଗ୍ନି ନିର୍ବାପକ ବ୍ୟବସ୍ଥା ର ସମୀକ୍ଷା ଇତ୍ୟାଦି କୁ ଯୁଗ୍ମ ତଦନ୍ତ ମାଧ୍ୟମରେ ତ୍ୱରାନ୍ୱିତ ପାଇଁ ପରାମର୍ଶ ଦିଆଯାଇଥିଲା। ନିତୀ ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ରଥକାଠ ର ଆବଶ୍ୟକତା, ଉପଲବ୍ଧ କାଠର ବିବରଣୀ, ଅନ୍ୟାନ୍ୟ ସାମଗ୍ରୀ ସଂଗ୍ରହ ସମ୍ପର୍କରେ ଆଲୋଚନା କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀଜଗନ୍ନାଥ ମନ୍ଦିର ସୁରକ୍ଷା ମୁଖ୍ୟ ହେମନ୍ତ କୁମାର ପାଢୀ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡଃ ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନୀଳମାଧବ ଭୋଇ,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା,ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ, ଅତିରିକ୍ତ ଏସପି ଦେବବ୍ରତ ଚକ୍ର, ବିଷ୍ଣୁ ପ୍ରସାଦ ପତି,ଉପ ଜିଲ୍ଲାପାଳ ରାଜ କିଶୋର ଜେନା, , ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ମନୀଷା ଷଡ଼ଙ୍ଗୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ରୂପଭାନୁ ମିଶ୍ର,ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ସୂଚନା ଯୋଗ୍ୟ ଯେ ଚଳିତ ବର୍ଷ ରଥଯାତ୍ରା ଜୁନ ୨୭ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଅକ୍ଷୟ ତୃତୀୟା ଅପ୍ରେଲ ୩୦ତାରିଖରେ, ଦେବସ୍ନାନ ପୂର୍ଣ୍ଣିମା ଜୁନ ୧୧ ତାରିଖରେ ଅନୁଷ୍ଠିତ ହେବ।ସେହିପରି ସଂଧ୍ୟା ଦର୍ଶନ ଜୁଲାଇ ୪ ତାରିଖ, ବାହୁଡା ଯାତ୍ରା ଜୁଲାଇ ୫ ତାରିଖ, ସୁନାବେଶ ଜୁଲାଇ ୬ ତାରିଖ, ଅଧରପଣା ଜୁଲାଇ ୭ ତାରିଖ ଓ ନୀଳାଦ୍ରି ବିଜେ ଜୁଲାଇ ୮ ତାରିଖ ରେ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି।

ପୁରୀ ରୁ ରଞ୍ଜନ ଦାସଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!