ଓଡିଶା ଖବର
ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ – ଶିକ୍ଷକ ସଭା ଆୟୋଜିତ।

ଗୋଲାମୁଣ୍ଡା, (AKN NEWS): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡାସ୍ଥିତ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଓ ଦ୍ଵାଦଶ ଶ୍ରେଣୀରେ ଅଧ୍ୟୟନରତ ଛାତ୍ର ଛାତ୍ରୀଙ୍କ ପିତା-ମାତା ତଥା ଅଭିଭାବକ ଓ ଶିକ୍ଷକମାନଙ୍କ ନିମନ୍ତେ ଏକ ସ୍ବତନ୍ତ୍ର ବୈଠକ ଆୟୋଜିତ ହୋଇଯାଇଛି। ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁସାରେ ଉକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଜୟନ୍ତ କୁମାର ଜେନାଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ବୈଠକରେ ଭାରତ ସରକାରଙ୍କ ଆପାର ପରିଚୟ ପତ୍ର ପ୍ରସ୍ତୁତି ବିଷୟରେ ଆଲୋଚନା କରଯାଇଥିଲା।
ଏହି ପରିଚୟ ପତ୍ର ପ୍ରସ୍ତୁତି ନିମନ୍ତେ ଉପସ୍ଥିତ ଶତାଧିକ ଅଭିଭାବକ ସମ୍ମତି ପତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷାନୁଷ୍ଠାନର ସମସ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ସହଯୋଗ କରିଥିଲେ।
dhramgarh upa khanda ru shyam sundar agrawal akn news


