ଓଡିଶା ଖବର

ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କନାଁ

ଭୁବନେଶ୍ୱର (AKN NEWS): ସାଧାରଣ ନିର୍ବାଚନ-୨୦୨୪ରେ ଶୋଚନୀୟ ପରାଜୟ ପରେ ବିଜୁ ଜନତା ଦଳ (ବିଜେଡି)କୁ ନିଜର ସଂଗଠନ ସଜାଡ଼ିବାର ଚିନ୍ତା ଲାଗିଛି। ଆସନ୍ତାକାଲି ବିଜେଡି ସଭାପତି ପ୍ରାର୍ଥୀ ଭାବେ ନବୀନ ପଟ୍ଟନାୟକ ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାଯାଇଛି। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାର ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି।ଅନ୍ୟପକ୍ଷେ,ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ ହୋଇଛନ୍ତି। ବିଜେଡିର ସାଗଂଠନିକ ନିର୍ବାଚନରେ ୩୩ ସାଗଂଠନିକ ଜିଲାରୁ ୧୮ଟି ଜିଲା ସଭାପତିଙ୍କ ନାଁ ଘୋଷଣା ହୋଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲାରେ କିଏ ହେଲେ ବିଜେଡି ସଭାପତି।ପୁରୀ ଜିଲା ବିଜେଡି ସଭାପତି ଭାବେ ଉମା ସାମନ୍ତରାୟ ନିର୍ବାଚିତ ହେଇଛନ୍ତି । ସେହିପରି ବରଗଡ଼ ଜିଲା ପାଇଁ ସୁଶାନ୍ତ ମହାପାତ୍ର, ଭଦ୍ରକ ଜିଲା ପାଇଁ ଜଗନ୍ନାଥ ସ୍ବାଇଁ, ବୌଦ୍ଧ ଜିଲା ପାଇଁ ପୂର୍ବତନ ବାଚସ୍ପତି ପ୍ରଦୀପ ଅମାତ ଦେବଗଡ଼ର ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଗଜପତି ପାଇଁ ପ୍ରଦୀପ ନାୟକ, ଜଗତସିଂହପୁର ପାଇଁ ପ୍ରଶାନ୍ତ ମୁଦୁଲି, ଯାଜପୁର ପାଇଁ ସରୋଜ ମହାପାତ୍ର, ଝାରସୁଗୁଡା ପାଇଁ ହରିଶ ଗଣତ୍ରା, କନ୍ଧମାଳ ପାଇଁ ପଦ୍ମନାଭ ବେହେରା ଆଉ ମାଲକାନଗିରିରେ ମାନସ ମାଡକାମୀ ବିଜେଡି ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଏନେଇ ବିଜେଡି ନିର୍ବାଚନ ଅଧିକାରୀ ପ୍ରତାପ ଦେବ ବଡ଼ ସୂଚନା ଦେଇଛନ୍ତି।

ସମୀର ରଞ୍ଜନ ନାୟକ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!