ଓଡିଶା ଖବର

ବାରିପଦା ଠାରେ ଜିଲ୍ଲା ସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ 

ବାରିପଦା ତା.୨୬-୦୪-୨୦୨୫

(AKN NEWS):ଆଜି ବାରିପଦା ଠାରେ ଜିଲ୍ଲା ସ୍ତରୀୟ ମହାରାଜା ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇ ଯାଇଛି।ଏହି ଅବସରରେ ଆଜି ସକାଳ ୮ ଘଟିକା ସମୟରେ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟଙ୍କ ଅଧ୍ୟକ୍ଷତା ରେ ସହରର ବିଭିନ୍ନ ସ୍ଥାନରେ ଅବସ୍ଥାପିତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ସାମୁହିକ ମାଲ୍ୟାର୍ପଣ କରାଯାଇଥିଲା।ଉକ୍ତ ସାମୁହିକ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବିକାଶ ରଞ୍ଜନ ମହାନ୍ତିଙ୍କ ସମେତ ଶିକ୍ଷାବିତ ତଥା ଅବସରପ୍ରାପ୍ତ ପ୍ରଫେସର ଶ୍ରୀ ସନ୍ଦୀପ କୁମାର ଚାନ୍ଦ,ପ୍ରତିଶ୍ରୁତି ପ୍ରତିଷ୍ଠାନର ସମ୍ପାଦକ ଶ୍ରୀ ଭାଗବତ ପ୍ରସାଦ ପଣ୍ଡା ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗ ଦେଇ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।ସକାଳ ୯ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ସମାରୋହ ପାଳନ ଉପଲକ୍ଷେ ଏକ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା।ଉକ୍ତ ସଭା କାର୍ଯ୍ୟରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ ଯୋଗ ଦେଇଥିଲେ।ସଭା ପ୍ରାରମ୍ଭରେ ଅତିଥି ବୃନ୍ଦ ଓ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ମହାରାଜା ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଫୋଟୋ ଚିତ୍ରରେ ମାଲ୍ୟାର୍ପଣ ପୂର୍ବକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।ଏହି ଅବସରରେ ମୁଖ୍ୟ ଅତିଥି ତା’ଙ୍କ ଅଭିଭାଷଣରେ କହିଥିଲେ ଯେ, ଆମ ପୂର୍ବଜ ମହାମନୀଷୀ ମାନଙ୍କ ଦେଶପ୍ରେମ, ନିସ୍ୱାର୍ଥପର ସେବା,ତ୍ୟାଗ, ନିଷ୍ଠା, ଦୀର୍ଘଦିନର ପ୍ରଚେଷ୍ଟା ଓ ସଂଘର୍ଷର ଫଳ ସ୍ୱରୂପ ଆଜି ଆମେ ଆଜି ସ୍ୱତନ୍ତ୍ର ଓଡିଶା ପ୍ରଦେଶ ରେ ରହିବା ପାଇଁ ସୁଯୋଗ ପାଇଛୁ। ତେଣୁ ସେଇ ମହାମନୀଷୀ ମାନେ ଆମର ପ୍ରାତଃସ୍ମରଣୀୟ ଓ ଚିର ବନ୍ଦନୀୟ । ଆଜିର ଯୁବ ସମାଜ ଆମ ପୂର୍ବଜ ମହାମନୀଷୀମାନଙ୍କ ନୀତି ଓ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଆମ ନିଜ ସଂସ୍କୃତି ପରମ୍ପରାକୁ ଶ୍ରଦ୍ଧା ଓ ସମ୍ମାନ ପ୍ରଦର୍ଶନ ସହିତ ଦେଶ ମାତୃକା ପାଇଁ କର୍ତ୍ତବ୍ୟ ପରାୟଣ ହେବା ପାଇଁ ପରାମର୍ଶ ଦେଇଥିଲେ।ସେହିପରି ଅବସର ପ୍ରାପ୍ତ ପ୍ରଫେସର ଶ୍ରୀ ସନ୍ଦୀପ କୁମାର ଚାନ୍ଦ ଓଡିଶା ପ୍ରଦେଶ ଗଠନର ଇତିହାସର ପୃଷ୍ଠଭୂମି ଉପରେ ଆଲୋକପାତ କରି ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ କେତେକ ଉଲ୍ଲେଖନୀୟ କାର୍ଯ୍ୟାବଳି ଓ ଅବଦାନକୁ ଉଲ୍ଲେଖ କରିଥିଲେ। ଶ୍ରୀ ଭାଗବତ ପଣ୍ଡା ମହାରାଜାଙ୍କ ଜୀବନର ନୀତି ଓ ଆଦର୍ଶ ଉପରେ ସ୍ମୃତି ଚାରଣ କରିଥିଲେ।ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗୀୟ ପଦାଧିକାରୀ, ଶିକ୍ଷକ ଶ୍ରୀ ଶଶଧର ବିଶ୍ୱାଳ, ବରିଷ୍ଠ ନାଗରିକ ଶ୍ରୀ ଶରତ ନାୟକଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ,ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ।ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସ୍ୱାଗତ ଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିବା ବେଳେ ତା’ଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ

ଦୁର୍ଯୋଧନ ବର୍ଗେ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!