ଓଡିଶା ଖବର

ନନ୍ଦାହାଣ୍ଡି ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର (AKN NEWS):ଆଜି ନନ୍ଦାହାଣ୍ଡି ପଂଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମିହିର କୁମାର ପଣ୍ଡା ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର ,ବି ଡି ଓ କ୍ଷୀରୋଦ ଚନ୍ଦ୍ର ସାହୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୨୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୩ ଜଣ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ହ୍ବିଲ ଚେୟାର ପ୍ରଦାନ କରାଯାଇଥିଲା।

ନବରଙ୍ଗପୁର ରୁ ଘାସିରାମ ହରିଜନଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!