ଓଡିଶା ଖବର
Trending

ବାଲୁକା କଳା ମାଧ୍ୟମରେ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ର ଶୁଭାରମ୍ଭ କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ବାଲୁକା କଳା ମାଧ୍ୟମରେ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ର ଶୁଭାରମ୍ଭ କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।

ପୁରୀ,(ଏକେଏନ୍ ନ୍ୟୁଜ୍ )୨୬/୧୦: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ପୁରୀ ନୀଳାଦ୍ରୀ ବିଚ୍ ଠାରେ ୨୦୨୪ ର ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SSR) ର ଥିମ୍ ଉପରେ ବାଲୁକା କଳା ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି।
ଭୋଟର ତାଲିକା ର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଅକ୍ଟୋବର ୨୭ରୁ ଆରମ୍ଭ ହୋଇ ୯ ଡିସେମ୍ବର ୨୦୨୪ ରେ ଶେଷ ହେବ |
ଏହି ଅବସରରେ ଜିଲ୍ଲାପାଳ ସମର୍ଥ ବର୍ମା,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ ସାହୁ,ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଶରତ ଚନ୍ଦ୍ର ମହାପାତ୍ର, ଉପଜିଲ୍ଲାପାଳ ଭବତାରଣ ସାହୁ, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ,ଅତିରିକ୍ତ ସିଇଓ ଶତ୍ରୁଘ୍ନ କର,ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।
ସିଇଓ ଶ୍ରୀ ଧଳ ଗଣମାଧ୍ୟମ କୁ ସୂଚନା ଦେଇ ପ୍ରତ୍ୟେକ ଭୋଟର ସେମାନଙ୍କ ମୂଲ୍ୟବାନ ମତାଧିକାରକୁ ସାବ୍ୟସ୍ତ କରିବାକୁ ନିଜ ନାମ ଭୋଟର ତାଲିକାରେ ସାମିଲ କରିବା ଜରୁରୀ ବୋଲି କହିଥିଲେ।
ଯଦି ଜଣେ 18 ବର୍ଷ ବୟସ ପୂରଣ କରିଛନ୍ତି ତେବେ ସେମାନେ ଭୋଟର ଭାବେ ନାମ ପଞ୍ଜିକରଣ କରିପାରିବେ।ଭୋଟର ହେଲ୍ପ ଲାଇନ ଆପ ମାଧ୍ୟମରେ ମଧ୍ୟ ସେମାନେ ପଞ୍ଜିକରଣ କରି ପାରିବେ ବୋଲି ସେ ସୂଚନା ଦେଇଥିଲେ।ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ବାରା ପ୍ରସ୍ତୁତ ଏହି ବାଲୁକା କଳା ମାଧ୍ୟମରେ ଭୋଟର ସଚେତନତା ର ବାର୍ତ୍ତା ଦେଇଥିଲେ।

ପୁରୀ ରୁ ରଞ୍ଜନ ଦାସ ଙ୍କ ରିପୋର୍ଟ ଏକେଏନ୍ ନ୍ୟୁଜ୍।

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!