ଓଡିଶା ଖବର

ନବରଙ୍ଗପୁର ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର (AKN NEWS):ଆଜି ନବରଙ୍ଗପୁର ଜିଲ୍ଲାପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୭୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଅଭିଯୋଗ ମୁଖ୍ୟତଃ ଭତ୍ତା,ଆବାସ ଗୃହ,ଜମି ପଟ୍ଟା ଉପରେ ଥିଲା।

ନବରଙ୍ଗପୁର ରୁ ଘାସିରାମ ହରିଜନ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!