ଓଡିଶା ଖବର
ନନ୍ଦାହାଣ୍ଡି ଠାରେ ଅତିରିକ୍ତ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର(AKN NEWS):ଆଜି ନନ୍ଦାହାଣ୍ଡି ପଞ୍ଚାୟତ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ)ବିଶ୍ଵଜିତ ବର୍ମନ୍ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ବ୍ଲକ ଅଧ୍ୟକ୍ଷା ରଶ୍ମିତା ମାଝୀ,ବି ଡି ଓ କ୍ଷୀରୋଦ ଚନ୍ଦ୍ର ସାହୁ,ତହସିଲଦାର ଚନ୍ଦ୍ରଦାସ ମହାନନ୍ଦିଆଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।
ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ରେ ଅନ୍ତର୍ଭୂକ୍ତ ସହାୟତା ରାଶି ସହ କାର୍ଡ ପ୍ରଦାନ କରାଯାଇଥିଲା।
ନବରଙ୍ଗପୁର ରୁ ଘାସିରାମ ହରିଜନ ଙ୍କ ରିପୋର୍ଟ AKN NEWS


