ଭୋଜପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ

ନୂଆପଡ଼ା ,(AKN NEWS ):ଖଡ଼ିଆଳ ବ୍ଲକ୍ ଅନ୍ତର୍ଗତ ଭୋଜପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଓ ବାର୍ଷିକ ଉତ୍ସବ 2023 ଉଦଯାପିତ ହୋଇଯାଇଛି। ଏଥିରେ ସମସ୍ତ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରୁ 50 ଜଣ ଛାତ୍ରଛାତ୍ରୀ ବିଭିନ୍ନ ଖେଳରେ ପୁରସ୍କୃତ ହୋଇଥିଲେ। ଉଦଯାପନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଖଡ଼ିଆଳ ଗୋଷ୍ଠୀ ଶିକ୍ଷା ଅଧିକାରୀ କାହ୍ନୁ ଚରଣ ନାୟକ, ସମ୍ମାନୀତ ଅତିଥି ଜୟଦେବ ପଣ୍ଡା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଖଡ଼ିଆଳ, କୁଳମଣି ନାୟକ ସରପଞ୍ଚ ଭୋଜପୁର ଗ୍ରାମପଞ୍ଚାୟତ , ଯଶୋବନ୍ତ ଗହିର ସମିତି ସଭ୍ୟ ଓ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ସତିଶ କୁମାର ପଟ୍ଟନାୟକ ଉପସ୍ଥିତ ଥିଲେ I ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଶ୍ରୀ ଭୂଜବଲ ପୁଞ୍ଜି ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ରିନା ସିଂହ, ସିଆରସିସି ଶ୍ରୀ ପ୍ରକାଶ ଠାକୁର ପ୍ରମୁଖ ଉପସ୍ଥିତ ହୋଇ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରି ଉତ୍ସାହିତ କରିଥିଲେ। ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯକ୍ରମ ରେ ବିଦ୍ୟାଳୟ ର ଶିକ୍ଷକ, ଖଗେଶ୍ବର ବାଗ , ବନ ବିହାରି ବାଗ , ଗୋଲାପ ପାତ୍ର ଓ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟା ସହଯୋଗ କରିଥିଲେ।
ନୂଆପଡା ଜିଲ୍ଲା ରୁ ଓମ ପ୍ରକାଶ ଚୌଧୁରୀ ଙ୍କ ରିପୋର୍ଟ akn news


