ଓଡିଶା ଖବର

୫ଟି ସ୍କୁଲ ରୂପାନ୍ତରଣ

ଭୁବନେଶ୍ୱର (AKN NEWS): ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ତୃତୀୟ ଦିନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ, ସମ୍ବଲପୁର, ନୂଆପଡା, ରାୟଗଡ ଓ ବଲାଙ୍ଗିର ଆଦି ୫ଟି ଜିଲ୍ଲାର ୩୬୧ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମୟୁରଭଞ୍ଜ ଜିଲ୍ଲାର ୧୦୫ଟି ହାଇସ୍କୁଲ, ସମ୍ବଲପୁରର ୬୩ଟି, ନୂଆପଡାର ୩୩ଟି, ରାୟଗଡର ୬୦ଟି ଓ ବଲାଙ୍ଗିର ୧୦୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଭୁବନେଶ୍ୱର ରୁ ଖୋର୍ଦ୍ଧା ଜିଲ୍ଲା ବ୍ୟରୋ ଚିଫ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!