ଓଡିଶା ଖବର

ସ୍ୱାମୀ ବିବେକନନ୍ଦ ପବ୍ଲିକ ସ୍କୁଲରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

ଭବାନୀପାଟଣା (AKN NEWS): ତା 23/01/2024 ରିଖ ସ୍ଥାନୀୟ ତାରିଣୀ ମନ୍ଦିର ସ୍ଥିତ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ ହୋଇଯାଇଛି | ସ୍କୁଲର ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ଡ଼. ଶିବରାମ ନାୟକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ନେତାଜୀ ଓ ସୁରେନ୍ଦ୍ର ସାଏ ଙ୍କ ନୀତି ଆଦର୍ଶ ତଥା ଦେଶପ୍ରେମ, ଭାତୃଭାବ ରେ ଅନୁପ୍ରାଣିତ ହେବା ପାଇଁ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ | ସ୍କୁଲର ସମସ୍ତ ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହିଥିବା ବେଳେ ଶିକ୍ଷୟିତ୍ରୀ ମନୀଷା ସିଂହା, ବିଷ୍ନୁପ୍ରିୟା ସାମନ୍ତରାୟ, ଅପରାଜିତା ମଲ୍ଲିକ, ସାଧନା ପ୍ରଧାନ, ଚଞ୍ଚଳା ଶର୍ମା, ଚନ୍ଦ୍ରପ୍ରଭା ମିଶ୍ର ଓ ଜ୍ୟୋତି ଗୁପ୍ତା ସହଯୋଗ କରିଥିବା ବେଳେ ଶିକ୍ଷକ ସମ୍ପଦ ମୁଣ୍ଡ କାଯ୍ୟକ୍ରମ ଟିକୁ ପରିଚାଳନା କରିଥିଲେ |

ବ୍ୟୁରୋ ରିପୋର୍ଟ AKN NEWS 

 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!