ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ରେଙ୍ଗାଲି ଗାଁ ଠାରେ ସ୍ଥାନୀୟ ଅଧିବାସୀ ଏବଂ ଯୁବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ

(AKN NEWS): ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ରେଙ୍ଗାଲି ଗାଁ ଠାରେ ସ୍ଥାନୀୟ ଅଧିବାସୀ ଏବଂ ଯୁବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଯୁବ ବରିଷ୍ଠ ଉପ ସଭାପତି ଶ୍ରୀ ମଣ୍ଟୁ ନାଏକ ଯୋଗଦେଇ ତୃଣମୂଳ ସ୍ତରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସମସ୍ତ ଲୋକାଭିମୁଖୀ ଯୋଜନା ଯଥା ଆମ ଓଡ଼ିଶା ନବୀନ ଓଡ଼ିଶା, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଓ ଅନ୍ୟାନ୍ୟ କିଭଳି ପହଞ୍ଚି ପାରିବ ସେ ନେଇ ଆଲୋଚନା କରିଥିଲେ । ବିଜେଡି ସଂଗଠନକୁ ଓ୍ବାର୍ଡ ସ୍ତରରୁ ମଜଭୂତ କରିବା ସହିତ ଷଷ୍ଠ ଥର ପାଇଁ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ସମସ୍ତେ ସଂକଳ୍ପ ନେଇଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ନବୀନ କାର୍ଡ କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନଙ୍କୁ ସମସ୍ତେ ଧନ୍ୟବାଦ ଜଣାଇଥିଲେ ।
ଏହି କାର୍ଯ୍ୟକ୍ରମରେ ବାଲସି ସରପଞ୍ଚ ଭାରତୀ ସୁନା, ଭୁପେନ୍ଦ୍ର ସୁନା, ଓ୍ବାର୍ଡ ମେମ୍ବର ରଘୁ ମଣୀ ସା, ବରିଷ୍ଠ ନେତା ବବରୁ ସୁନା, ଧାମ ସାହୁ, ଭବାନୀ ଛତର, ଗୌର ସା, ଯୁବନେତା ଲମ୍ବୋଦର ସୁନା, ଆଶୁତୋଷ ବେହେରା, ବରିଷ୍ଠ କର୍ମକର୍ତ୍ତା, ଯୁବ -ଛାତ୍ର ମହିଳା ଏବଂ ସ୍ଥାନୀୟ ଅଧିବାସୀ ଉପସ୍ଥିତ ଥିଲେ।
ବ୍ୟୁରୋ ରିପୋର୍ଟ AKN NEWS


