ଓଡିଶା ଖବର
ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ପୁରୀ ୩/୨ (AKN NEWS): ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଆଜି ପୂର୍ବାହ୍ନ ୧୧ ଘଟିକାରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ କରାଯାଇଥିଲା।ଏଥିରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନେ ଯୋଗ ଦେଇଥିଲେ।
ସେହିପରି ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରରେ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଙ୍କ କାର୍ଯ୍ୟାଳୟ, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଜିଲ୍ଲାର ସମସ୍ତ ତହସିଲ, ବ୍ଲକ ଓ ଅନ୍ୟାନ୍ୟ କାର୍ଯ୍ୟାଳୟ ମାନଙ୍କରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ କରାଯାଇ ସମ୍ମାନ ପ୍ରଦର୍ଶନ କରାଯାଇଥିଲା।
ପୁରୀ ରୁ ରଞ୍ଜନ ଦାସ ଙ୍କ ରିପୋର୍ଟ AKN NEWS


