ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ଗାଇଗାଁ ପଞ୍ଚାୟତ ଠାରେ ସ୍ଥାନୀୟ ଅଧିବାସୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ

(AKN NEWS): ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ଗାଇଗାଁ ପଞ୍ଚାୟତ ଠାରେ ସ୍ଥାନୀୟ ଅଧିବାସୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଯୁବ ବରିଷ୍ଠ ଉପ ସଭାପତି ଶ୍ରୀ ମଣ୍ଟୁ ନାଏକ ଯୋଗଦେଇ ତୃଣମୂଳ ସ୍ତରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସମସ୍ତ ଲୋକାଭିମୁଖୀ ଯୋଜନା ଯଥା ଆମ ଓଡ଼ିଶା ନବୀନ ଓଡ଼ିଶା, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଓ ଅନ୍ୟାନ୍ୟ କିଭଳି ପହଞ୍ଚି ପାରିବ ସେ ନେଇ ଆଲୋଚନା କରିଥିଲେ ।
ବିଜେଡି ସଂଗଠନକୁ ଓ୍ବାର୍ଡ ସ୍ତରରୁ ମଜଭୂତ କରିବା ସହିତ ଷଷ୍ଠ ଥର ପାଇଁ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ସମସ୍ତେ ସଂକଳ୍ପ ନେଇଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ନବୀନ କାର୍ଡ କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନଙ୍କୁ ସମସ୍ତେ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ଗାଇଗାଁ ସରପଞ୍ଚ ପ୍ରମୋଦ କୁମାର ସାହୁ, ଓ୍ବାର୍ଡ ମେମ୍ବର ଭବାନୀ ସାହୁ, ପୂର୍ବତନ ନାଏବ ସରପଞ୍ଚ କ୍ଷୀରସିନ୍ଧୁ ଧରୁଆ, ଯୁବ ନେତା ଅବନୀ ଧରୁଆ, ଆଶୁତୋଷ ବେହେରା, ବିଶୁ ନାଗ ବରିଷ୍ଠ କର୍ମକର୍ତ୍ତା, ଯୁବ -ଛାତ୍ର ମହିଳା ଏବଂ ସ୍ଥାନୀୟ ଅଧିବାସୀ ଉପସ୍ଥିତ ଥିଲେ।
ବ୍ୟୁରୋ ରିପୋର୍ଟ AKN NEWS


