ଓଡିଶା ଖବର
କୋକସରାଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ଭବାନୀପାଟଣା ତା୧୨.୦୨.୨୦୨୪(AKN NEWS): ଆଜି କୋକସରା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏଥିରେ ଉପ ଜିଲ୍ଲାପାଳ,ଧର୍ମଗଡ ଧିମନ ଚକମାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୫୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୨୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୫୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୦୭ ଜଣ ଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା।
ବ୍ୟୁରୋ ରିପୋର୍ଟ AKN NEWS


