ଓଡିଶା ଖବର

ନାମାଙ୍କନପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାରାତାରିଣୀଙ୍କ ଦର୍ଶନ କରି ନେଲେ ଆଶୀର୍ବାଦ ।

(AKN NEWS): ଭୁବନେଶ୍ୱର ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି l ସେ ନାମାଙ୍କ ପୂର୍ବରୁ ତାରାତାରିଣୀ ଦର୍ଶନ କରିଛନ୍ତି ହିଞ୍ଜିଳି ଆସନରୁ ନାମାଙ୍କନପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ବିକ୍ରମ ଆରୁଖ, ବିଜେଡି ନେତା ଭି.କେ ପାଣ୍ଡିଆନ, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର, ଆସ୍କା ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ ଏବଂ ଗଞ୍ଜାମ ଜିଲ୍ଲାର ଅନ୍ୟ ବିଜେଡି ପ୍ରାର୍ଥୀଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛତ୍ରପୁରଉପ-ଜିଲ୍ଲାପାଳଙ୍କକାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କପତ୍ର ଦାଖଲ କରିଛନ୍ତି ନବୀନ ।ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ହିଞ୍ଜିଳି ଆସନ ପାଇଁ ମତଦାନ ହେବାକୁ ଥିବା ବେଳେ ଷଷ୍ଠ ଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି । ଚଳିତ ଥର ୨ଟି ଆସନରୁ ପ୍ରାର୍ଥୀ ହୋଇଛନ୍ତି ନବୀନ । ହିଞ୍ଜିଳି ସମେତ କଣ୍ଟାବାଂଜି ଆସନରୁ ମୈଦାନକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ।

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!