ଓଡିଶା ଖବର

ଆଜି ଓଡ଼ିଶା ଆସୁଛନ୍ତି ଯୋଗୀ ଆଦିତ୍ୟନାଥ

(AKN NEWS): ଭୁବନେଶ୍ୱର ଏବେ ରାଜ୍ୟରେ ଯୋର ଧରିଛି ପ୍ରଚାର ତେବେ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା । ହେଭିୱେଟଙ୍କ ପ୍ରଚାରରେ ଜମୁଛି ନିର୍ବାଚନୀ ମାହୋଲ୍ । ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ୩ ଜଣ ହେଭିୱେଟ । ବିଭିନ୍ନ ସ୍ଥାନରେ ପ୍ରଚାର କରିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ।

ଯୋଗୀ ଆଦିତ୍ୟନାଥ ଆଜି ମାହାଙ୍ଗାରେ ଜନସଭାକୁ ସମ୍ବୋଧିତ କରିବେ । ବିଜେପି ପ୍ରାର୍ଥୀ ସୁମନ୍ତ ଘଡ଼ାଇଙ୍କ ପାଇଁ ଭୋଟ ଭିକ୍ଷା କରିବେ । ଯୋଗୀଙ୍କ ସଭା ପାଇଁ ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ପଡ଼ିଆରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର ନିର୍ବାଚନ ମଣ୍ଡଳୀ ଓ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ପ୍ରଥମେ ସାଲେପୁରର କୁଳିଆରେ ଜନସଭାକୁ ଉଦବୋଧନ ଦେବେ ଯୋଗୀ ।ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସାମିଲ ହେବେ। ଏହାସହିତ ୭ଟି ଯାକ ବିଧାନସଭା ଆସନ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଏବଂ ମହାକାଳପଡ଼ାର ବିଧାୟକ ପ୍ରାର୍ଥୀ ମାନେ ବି ଉପସ୍ଥିତ ରହିବେ।ଜେପି ନଡ୍ଡା କରଂଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ସମ୍ବଲପୁର, ଦେବଗଡ଼, ଚମ୍ପୁଆ ଓ ବଡ଼ମ୍ବାରେ ପ୍ରଚାର କରିବେ ।ଆଜି ସରୁଛି ପ୍ରଚାର । ରାଜ୍ୟରେ ଆସନ୍ତା ୨୫ ତାରିଖରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର ସରିଛି ।

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!