ଓଡିଶା ଖବର
କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରୁ ଆସିଲା ସର୍ବାଧିକ ତାପମାତ୍ରାର ଚିତ୍ର

କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରୁ ଆସିଲା ସର୍ବାଧିକ ତାପମାତ୍ରାର ଚିତ୍ର
ସକାଳୁ ସକାଳୁ ରାଜ୍ୟରେ ଅନୁଭୂତ ହେଉଛି ଅସହ୍ୟ ତାତି । ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେଉଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟାରେ ୩୯ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଟିଟିଲାଗଡ଼ରେ ୩୮, ବଲାଙ୍ଗିର ୩୭.୪, ସୋନପୁର ଓ ଝାରସୁଗୁଡ଼ା ୩୬.୬, ହୀରାକୁଦରେ ୩୬.୪, ସମ୍ବଲପୁରରେ ୩୬.୨ ଓ ବୌଦ୍ଧରେ ୩୬ ଡିଗ୍ରୀ ତାତି ରେକର୍ଡ ହୋଇଛି
ସତର୍କ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ
ବ୍ଯୁରୋ ରିପୋର୍ଟ ଏକେଏନ୍ ନ୍ଯୁଜ।


