ଓଡିଶା ଖବରମନୋରଞ୍ଜନ

ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ନେଇ ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ବୈଠକ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ

ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ନେଇ ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ବୈଠକ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ

ଭୁବନେଶ୍ୱର :। ପୋଲିସ ଲୋକଙ୍କୁ ଉତ୍ତମ ବ୍ୟବହାର କରନ୍ତୁ । ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେବା ସହ ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।ପ୍ରକାଶ ଯେ
ଆଜି ରାଜ୍ୟ ଅତିଥିଭବନରେ ଓଡ଼ିଶାର ଆଇନଶୃଙ୍ଖଳା ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ପୋଲିସ ଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ବିଭିନ୍ନ ଜିଲ୍ଲାର ଏସପି ମଧ୍ୟ ଉପସ୍ଥିତ ଅଛନ୍ତି । ରାଜ୍ୟ ଅତିଥି ଭବନରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବୈଠକ ହୋଇଛି ।
ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ବିଭିନ୍ନ ବିଭାଗର ସଚିବ ଓ ଅଧିକାରୀଙ୍କ ସହ ବୈଠକ କରିଛନ୍ତି । ଏହାରି ଭିତରେ ଆଜି ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ନେଇ ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ବୈଠକ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ।

ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!