ଓଡିଶା ଖବର

ପୁରୀ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ

ପୁରୀ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ

ପୁରୀ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ ଜିଲ୍ଲା ସ୍ତରରେ ପାଳନ କରାଯାଇଛି | ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ଯୋଗାଭ୍ୟାସ କାର୍ଯ୍ୟକ୍ରମ କରାଯାଇଥିଲା | ଏହି ଦିବସ ପାଳନ ଉପଲେକ୍ଷ ମୁଖ୍ୟ ଚିକିତ୍ସାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ଯୋଗାଭ୍ୟାସ କରିଥିଲେ | ଉତ୍କକାର୍ଯ୍ୟକ୍ରମରେ ଯୋଗ ପ୍ରଶିକ୍ଷିକା ଶ୍ରୀମତୀ ବିଥିକା ମହାନ୍ତି କର୍ମଚାରୀଙ୍କୁ ଯୋଗାଭ୍ୟାସ କରାଇଥିଲେ ଏବଂ ଏହାର ସୁପ୍ରଭାବ ଶରୀର ଉପରେ କଣ ରହିଛି ଅବଗତ କରାଇଥିଲେ |
ଜିଲ୍ଲାରେ ସମସ୍ତ ୧୭ ଗୋଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ୪୪ ଟି ପ୍ରାଥମିକ ସ୍ୱାସ୍ଥ୍ୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ୫ଟି ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ୧୯୪ଟି ଉପସ୍ୱାସ୍ଥ୍ୟ ଓ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଏବଂ ୫ଟି ସହରାଂଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ମଧ୍ୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି | ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସୁଜାତା ମିଶ୍ର ଏହି ଦିବସଟିକୁ ଜିଲ୍ଲାର ସବୁଠାରେ ସୁପରିଚାଳନା କରିଥିବା ସମସ୍ତ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ ଓ ଯୋଗ ପ୍ରଶିକ୍ଷକଙ୍କୁ ଧନ୍ୟବାଦ ଦେଇଥିଲେ |

ପୁରୀ ରୁ ରଞ୍ଜନ ଦାସ ଙ୍କ ରିପୋର୍ଟ AKN NEWS

 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!