ଓଡିଶା ଖବର

ବାଲିଗୁଡାରେ ଶ୍ରୀଜଗନ୍ନାଥଙ୍କ ଗଜାନନ ବେଶ: ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ବାଲିଗୁଡାରେ ଶ୍ରୀଜଗନ୍ନାଥଙ୍କ ଗଜାନନ ବେଶ: ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ବାଲିଗୁଡା, (ଏକେଏନ ନ୍ୟୁଜ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଶନିବାର ଦିନ ସ୍ନାନ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ,ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନ ବିଧି ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଠାକୁର ମାନଙ୍କୁ ପହଣ୍ଡି କରି ସ୍ନାନ ମଣ୍ଡପକୁ ଅଣାଯିବା ପରେ ପୁରୋହିତ ପଣ୍ଡିତ ପୂର୍ଣ୍ଣଚନ୍ଦ୍ର ଶତପଥି ପୂଜା ନୀତି ଆରମ୍ଭ କରିଥିଲେ। ଏହାପରେ ମନ୍ଦିର ପୂଜକ ମହେଶ୍ୱର ପଣ୍ଡାଙ୍କ ସମେତ ସମସ୍ତ ପୂଜକ ମାନେ ୧୦୮ ଢାଳ ସୁବାସିତ ଜଳରେ ଠାକୁର ମାନଙ୍କୁ ସ୍ନାନ କରାଯିବା ପରେ ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କୁ ହାତୀ ବେଶ କରାଯାଇଥିଲା ।ମନ୍ଦିର ଟ୍ରଷ୍ଟି ମଧୁସୂଦନ ଦାସ, ଟି. ଶ୍ରୀନିବାସ ରାଓ, ଲୋକନାଥ ପାଢ଼ୀ, ଜୀବାନନ୍ଦ ମହାରଣାଙ୍କ ସମେତ ବ୍ରାହ୍ମଣ ସମାଜ କମିଟିର ସମସ୍ତ ସଦସ୍ୟ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସ୍ନାନ ଯାତ୍ରା ଦେଖିବା ପାଇଁ ବାଲିଗୁଡା ସମେତ ଆଖପାଖ ଅଞ୍ଚଳରୁ ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା l
କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଏକେଏନ ନ୍ୟୁଜ l

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!