ବାବୁଶାନଙ୍କ ଅଭିନୀତ ଫିଲ୍ମ ‘ଦମନ’ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର

ଭୁବନେଶ୍ୱର (AKN NEWS): ଓଡିଶା ବାସୀ ଓ ଫିଲ୍ମ ଜଗତ ପାଇଁ ଏକ ଖୁସି ଖବର ସେ ମାନଙ୍କ ପ୍ରିୟ ଅଭିନେତାଙ୍କ ଅଭିନୀତ ଓଡ଼ିଆ ଚଳଚିତ୍ର ଦମନ ଏବେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷିତ ହୋଇଛି। ଏଥିରେ ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଛି। ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ।ଏଥିରେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀ ପ୍ରତିଫଳିତ ହୋଇଛି। ଡାକ୍ତରୀ ପାଠ ଶେଷ କରିବା ପରେ ଡାକ୍ତରଙ୍କର ପୋଷ୍ଟିଂ ହୁଏ ମାଲକାନଗିରି ଜିଲ୍ଲାର ଉପାନ୍ତ ଅଞ୍ଚଳରେ। ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଯୁବ ଡାକ୍ତରଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଛନ୍ତି ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଆହ୍ବାନର ସାମ୍ନା କରିବାକୁ ପଡ଼ୁଛି, ତାହା ଦେଖିବାକୁ ମିଳିଛି।ଦିଲ୍ଲୀ ଲାଲକିଲ୍ଲାରେ ୟୁସିସି ଆଣିବା ଉପରେ ଗୁରୁତ୍ୱାରୋପ କଲେ ପ୍ରଧାନମନ୍ତ୍ରୀ, କହିଲେ…
ଏହାର କାହାଣୀ ଓ ଚିତ୍ରନାଟ୍ୟ ଲେଖିବା ସହିତ ନିର୍ଦ୍ଦେଶନା ଦେଇଛନ୍ତି ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା। ପ୍ରଯୋଜନା କରିଛନ୍ତି ଦୀପେନ୍ଦ୍ର ସାମଲ। ଜେପି ୱାର୍ଲଡ୍ସ୍ମିଥ୍ ଓ ବାପୁ ଗୋସ୍ବାମୀଙ୍କ ରଚିତ ଗୀତଗୁଡ଼ିକୁ ସଂଗୀତରେ ସଜାଇଛନ୍ତି ଗୌରବ ଆନନ୍ଦ ଓ ତାଙ୍କ ଟିମ୍। ଦୀପେନ୍ଦ୍ର ସାମଲ ଫିଲ୍ମର ପ୍ରଯୋଜକ। ଏଥିରେ ଓଲିଉଡର ଲୋକପ୍ରିୟ ନାୟକ ବାବୁସାନଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିଥିଲା।
ସମୀର ରଞ୍ଜନ ନାୟକଙ୍କ ରିପୋର୍ଟ AKN NEWS


