ଓଡିଶା ଖବର

ଚିଲିକା ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଖୋର୍ଦ୍ଧା (AKN NEWS): ଚିଲିକା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ ୧୩୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୨୭ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୬ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୧ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା . ଜଣେ ହିତାଧିକାରୀଙ୍କୁ10,000/-

ଟଙ୍କା ରେଡକ୍ରସ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିଥିବାବେଳେ / ଆରକ୍ଷୀ ଅଧିକ୍ଷକ, ଅବିନାଶ କୁମାର /ଅତିରିକ୍ତ ଜିଲ୍ଲାପାଳ( ପ୍ରଶାସନ )ପ୍ରତାପ ଚନ୍ଦ୍ର ବେଉରା /ଅତିରିକ୍ତ

ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ କସ୍ତୁରୀ ବାଳା ଜେନା/ଉପ-ଜିଲ୍ଲାପାଳ, ଖୋର୍ଦ୍ଧା ଦୀପ୍ତି ରଞ୍ଜନସେଠୀ /ଅଧ୍ୟକ୍ଷା, ପଞ୍ଚାୟତ ସମିତି, ଜ୍ୟୋସ୍ନା ବେହେରା/ସି ଡ଼ି ଏମ୍ଓ, ଡଃ ରାଜଲକ୍ଷ୍ମୀ ପଟ୍ଟନାୟକ / ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର/ବିଡିଓ, ଚିଲିକା ଓ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!