ଓଡିଶା ଖବର

ବିଜେଡିକୁ ନେଇ ସାଂଘାତିକ ତଥ୍ୟ: ୫ ବର୍ଷରେ ଦଳ ପ୍ରଚାରରେ ଉଡାଇଛି ସାଢ଼େ ୪ଶହ କୋଟି

ଭୁବନେଶ୍ୱର (AKN NEWS): ବଡ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ; ପ୍ରଚାରରେ ଖର୍ଚ୍ଚ ପୂର୍ବ ବିଜେଡି ସରକାର ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା।

ଏନେଇ ଗୁରୁବାର ବିଧାନସଭାରେ ବିଜେପି ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ବିଜ୍ଞାପନରେ କେବଳ ପାଣ୍ଡିଆନଙ୍କ ଫଟୋ ପାଇଁ ୧୫ କୋଟି ୨୬ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଯାହାକି ସରକାରୀ ଅର୍ଥକୁ ଶ୍ରାଦ୍ଧ କରାଯାଇଥିବା ଭାଜପା ଅଭିଯୋଗ କରିଛି।ଅନ୍ୟପକ୍ଷରେ ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ବିଜେଡିର ମୁଲତବୀ ପ୍ରସ୍ତାବ ଗ୍ରହଣ ନ ହେବାରୁ ଗୃହର ମଧ୍ୟଭାଗକୁ ଆସି ବିଜେଡି ବିଧାୟକମାନେ ହୋ-ହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଗୃହକୁ ମଲତବୀ ରଖିଥିଲେ।

ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ପାଣ୍ଡିଆନ ହେଲିକପ୍ଟର ଯୋଗେ ବିଭିନ୍ନ ଜିଲା ଗସ୍ତ କରିଥିଲେ। ଏଥିଲାଗି ଅନେକ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ହେଲେ ସୂଚନା ଅଧିକାର କର୍ମୀ ଏନେଇ କେତେ ଅର୍ଥ ଖର୍ଚ୍ଚ ହୋଇଛି ବୋଲି ଆର୍‌ଟିଆଇ ଜରିଆରେ ତଥ୍ୟ ମାଗିବାରୁ ତାର ହିସାବ ଚାଲିଥିବା ସରକାର ଉତ୍ତର ରଖିଛନ୍ତି, ଯାହାକୁ ନେଇ ଏବେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ନିକଟରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଏହି ଘଟଣାରେ ତଦନ୍ତ ଚାଲିଛି, କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ।

ସମୀର ରଞ୍ଜନ ନାୟକଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!