ଓଡିଶା ଖବର

ଗଣେଶ ପୂଜା ଅବସରରେ ଗାଁ ଠୁ ସହର ଉତ୍ସବମୁଖର

ଭୁବନେଶ୍ବର:(AKN NEWS): ଭାରତୀୟ ସଂସ୍କୃତିର ଆରାଧ୍ୟ ପଞ୍ଚ ଦେବତା ମଧ୍ୟରେ ବୁଦ୍ଧିଦାତା ଶ୍ରୀଗଣେଶ ଅନ୍ୟତମ। ସେ ଅଗ୍ରପୂଜ୍ୟ। ବିଘ୍ନ ବିନାଶକ ହୋଇଥିବାରୁ ଯେ କୌଣସି ଶୁଭକର୍ମ ପାଇଁ ପୂଜା କରିିବା ପୂର୍ବରୁ ପ୍ରଥମେ ଗଣେଶଙ୍କୁ ବନ୍ଦନା କରାଯାଏ। କେବଳ ଆମ ଓଡିଶା ନୁହେଁ, ସାରା ଭାରତ ବର୍ଷରେ ଗଣେଶଙ୍କୁ ପୂଜା କରାଯାଏ।

ଜୈନ ଓ ବୌଦ୍ଧଧର୍ମରେ ମଧ୍ୟ ଗଣପତିଙ୍କୁ ସ୍ୱୀକାର କରାଯାଏ। ଏହା ୫ମ ଶତାବ୍ଦୀରୁ ଶେଷ ଭାଗରେ ଆରମ୍ଭ ହୋଇଥିବାର ଜଣାଯାଏ। ଭାଦ୍ରବ(ଚାନ୍ଦ୍ର)ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥିରେ ଏହା ପାଳନ କରାଯାଏ।

ପ୍ରତ୍ୟେକ ଘରେ, ବିଦ୍ୟାଳୟରେ, କ୍ଲବରେ, ବ୍ୟବସାୟ ପ୍ରତିଷ୍ଠାନରେ ସମସ୍ତ ବର୍ଗର ଲୋକମାନେ ଏହି ପୂଜାକୁ ଅତି ଶ୍ରଦ୍ଧା, ଭକ୍ତିରେ ପାଳନ କରାଯାଉଛି। ଗଣେଶ ବିଦ୍ୟା ଓ ବୁଦ୍ଧିର ଦେବତା। ଅନ୍ୟନାମ ବିଘ୍ନେଶ । ସମସ୍ତ ବିଘ୍ନ ଓ ବିପଦର ସେ ବିନାଶକାରୀ।

ଆଜି ଗଣେଶ ପୂଜା ଅବସରରେ ଖୋର୍ଦ୍ଧାଜିଲ୍ଲା ଧିନସ୍ଥା ବାଣପୁର ବ୍ଲକ ଅନ୍ତର୍ଗତ ଆୟତପୁର ଗ୍ରାମରେ ସ୍ୱମୀବିବେନନ୍ଦ ସେବାସଂଙ୍ଘ ପକ୍ଷରୁ ପାଳିତ ହୋଇଯାଇଛି l

ସମୀର ରଞ୍ଜନ ନାୟକଙ୍କ ରିପୋର୍ଟ AKN NEWS 

 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!