ଓଡିଶା ଖବର

ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଶିକ୍ଷକ ସନ୍ତୋଷ କରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୧୦/୯(AKN NEWS): ଭବାନୀପାଟଣା ସହରସ୍ଥିତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସମ୍ମେଳନ କକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ସନ୍ତୋଷ କୁମାର କରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ ଯୋଗଦେଇ ଶ୍ରୀ କରଙ୍କୁ ସମ୍ବର୍ଦ୍ଧିତ କରିବା ସହ ଅଭିନନ୍ଦନ ଜଣାଇଥିଲେ। ଶିକ୍ଷାଦାନ କ୍ଷେତ୍ରରେ ନିଜର କର୍ତ୍ତବ୍ୟନିଷ୍ଠା ଓ ଉତ୍ସର୍ଗୀକୃତ ସେବା ପାଇଁ ଜାତୀୟ ସ୍ତରରେ ପୁରସ୍କୃତ ହୋଇଥିବା ଶ୍ରୀ କର ଜିଲ୍ଲା ତଥା ଶିକ୍ଷା ବିଭାଗ ପାଇଁ ଗର୍ବ ଓ ଗୌରବ। ଆଗାମୀ ଦିନରେ ଶ୍ରୀ କରଙ୍କ ଭଳି ଅନ୍ୟ ଶିକ୍ଷକ ବନ୍ଧୁମାନେ ମଧ୍ୟ ଜିଲ୍ଲା ତଥା ଶିକ୍ଷା ବିଭାଗ ପାଇଁ ଗୌରବ ଆଣିବା ପାଇଁ ଜିଲ୍ଲାପାଳ ଆହ୍ଵାନ ଦେଇଥିଲେ। ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ୍ ପ୍ରମୁଖ ଯୋଗ ଦେଇଥିଲେ। ପ୍ରାରମ୍ଭରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ କରଙ୍କୁ ଶୁଭେଚ୍ଛା ଜଣାଇବା ସହ ରାଷ୍ଟ୍ରପତିଙ୍କ ଦ୍ଵାରା ପୁରସ୍କୃତ ହେଉଥିବା ସମୟର ଭିଡିଓ ପ୍ରଦର୍ଶନ ହୋଇଥିଲା। ଏଥିରେ ଜିଲ୍ଲାର ବିଭିନ୍ନ ବ୍ଲକର ବିଇଓ, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ଶେଖର ପାଢ଼ୀ, ସ୍ଥାନୀୟ ହାଇସ୍କୁଲର ପ୍ରଧାନ ଶିକ୍ଷକଗଣ, ପୂର୍ବ ବିଜ୍ଞାନ ପର୍ଯ୍ୟବେକ୍ଷକ ହିମାଂଶୁ ପଟ୍ଟନାୟକ, ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଟଙ୍କଧର ସାହୁ, ଜିତେନ୍ଦ୍ର ମୁଣ୍ଡଙ୍କ ସମେତ ଅନ୍ୟ କର୍ମକର୍ତ୍ତା ଏବଂ ଡିପିସି ଅଫିସର କର୍ମଚାରୀ ଉପସ୍ଥିତ ଥିଲେ। ଧନ୍ୟବାଦ ଦେଇଥିଲେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର ମୋହନ ସାହୁ। ସମଗ୍ର କାର୍ଯ୍ୟକ୍ରମକୁ ପ୍ରଶାନ୍ତ ନନ୍ଦ, ବୀରେନ୍ଦ୍ର ଆଚାର୍ଯ୍ୟ, ସୋମନାଥ ସାହୁ, ତପନ ମୁଣ୍ଡ ପରିଚାଳନା କରିଥିଲେ। ସୂଚନା ଯୋଗ୍ୟ ଯେ ଶ୍ରୀ କର ଗତ ଗୁରୁଦିବସ ଦିନ ଦିଲ୍ଲୀ ଠାରେ ଭାରତର ରାଷ୍ଟ୍ରପତିଙ୍କ ଦ୍ଵାରା ଜାତୀୟ ଶିକ୍ଷକ ସମ୍ମାନରେ ସମ୍ମାନିତ ହୋଇଥିଲେ। ଶ୍ରୀ କରଙ୍କୁ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଏହି ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିବାରୁ ସେ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି।

ବିଷ୍ଣ ଚରଣ ସ୍ୱାଇଁ ଙ୍କ ରିପୋର୍ଟ AKN NEWS 

 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!