ଓଡିଶା ଖବର

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ।

ପୁରୀ ୨୩/୯(AKN NEWS):  ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ନିମାପଡା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଆବାସ ଯୋଜନା ପାଇଁ ଆବେଦନ ବ୍ୟତୀତ ୩୩ ଗୋଟି ଅଭିଯୋଗ ମିଳିଥିଲା।ତନ୍ମଧ୍ୟରୁ ୭ ଗୋଟିର ତୁରନ୍ତ ସମାଧାନ କରାଯାଇଥିଲା।ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା ବୋଲି ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା ଦିଆଯାଇଛି।ଅନ୍ୟ ମାନଙ୍କ ମଧ୍ୟରେ ଏସପି ପିନାକ ମିଶ୍ର, ଉପଜିଲ୍ଲାପାଳ ଗୋପୀନାଥ କୁଅଁର,ସ୍ଥାନୀୟ ବିଡ଼ିଓ ଭୁବନାନନ୍ଦ ପଟ୍ଟନାୟକ, ତହସିଲଦାର , ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।

ପୁରୀ ରୁ ରଞ୍ଜନ ଦାସଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!