ଓଡିଶା ଖବର

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ।

ପୁରୀ ୨୧/୧୦ (AKN NEWS): ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ସତ୍ୟବାଦୀ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଉପ ଜିଲ୍ଲାପାଳ ଗୋପୀନାଥ କୁଅଁର ଏଥିରେ ଅଧ୍ୟକ୍ଷତା କରିବା ସହ ଅଭିଯୋଗ କାରୀ ଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏଥିରେ ମୋଟ ୯୬ ଗୋଟି ଅଭିଯୋଗ ମିଳିଥିଲା।ତନ୍ମଧ୍ୟରୁ ୮୫ ଗୋଟି ବ୍ୟକ୍ତିଗତ ଅଭିଯୋଗ,୯ ଗୋଟି ଗ୍ରାମ୍ୟ ସମ୍ପର୍କରେ ଅଭିଯୋଗ,ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ସହାୟତା ପାଇଁ ୨ ଗୋଟି ଆବେଦନ ମିଳିଥିଲା।ତନ୍ମଧ୍ୟରୁ ୧ ଗୋଟିର ତୁରନ୍ତ ସମାଧାନ କରାଯାଇଥିଲା।

ଅନ୍ୟ ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା ବୋଲି ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା ଦିଆଯାଇଛି।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଏସ ପି ବିଷ୍ଣୁ ପ୍ରସାଦ ପତି, ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନିଲ କୁମାର ପଣ୍ଡା, ସତ୍ୟବାଦୀ ବିଡ଼ିଓ ଲିପ୍ସା ଦାସ, ତହସିଲଦାର ଆଲୋକ ଦେହୁରୀ, ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।

ପୁରୀ ରୁ ରଞ୍ଜନ ଦାସଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!