ଅନନ୍ୟ

ଡ଼ାବୁଗାଁ ଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ଡ଼ାବୁଗାଁ ଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।
ତା୨୩.୧୨.୨୦୨୪:ଡାବୁଗାଁ (AKN NEWS)
ଆଜି ଡ଼ାବୁଗାଁ ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାୟକ,ସି ଡି ଓ ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ର,ବ୍ଲକ୍ ଅଧ୍ୟକ୍ଷ ବୀଣା ମାଝୀ,ବି ଡି ଓ ଶରତ ମାଝୀଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଏହି ଅବସରରେ ସୁଶାସନ ସପ୍ତାହ ପାଳନ ଉପଲକ୍ଷେ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୮ ଜଣଙ୍କୁ ମଧୁବାବୁ ପେନସନ ଯୋଜନାର ସହାୟତା କାର୍ଡ ଏବଂ ୨ ଜଣଙ୍କୁ ହୂଇଲ ଚେୟାର ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା।
ନବରଙ୍ଗପୁର ରୁ ଘାସିରାମ ହରିଜନଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!